ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ପାସ୍‌ ପ୍ରମାଣପତ୍ରକୁ ଅଣଦେଖା: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୨୪।୭: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ଯୋଗ୍ୟତା ହାସଲ କରିଥିବା ୧୫୦ ଛାତ୍ରୀଛାତ୍ର ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି, ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକତା ପାଇଁ ଫର୍ମ ପକାଇବାକୁ ଅସମର୍ଥ ହେଉଥିବା ଅଭିଯୋଗ କରିଛନ୍ତି। ଏଭଳି ସମସ୍ୟାର କୌଣସି ପ୍ରତିକାର ହେଉ ନ ଥିବାରୁ ଏହର ପ୍ରତିବାଦର ସେମାନେ ବୁଧବାର ପୂର୍ବାହ୍ନରେ ଫକୀରମୋହନ ବିଶ୍ୱବିଦ୍ୟାଳୟର ରେଜିଷ୍ଟାରଙ୍କୁ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।
ବିକ୍ଷୋଭପ୍ରଦର୍ଶନକାରୀ ଅଭିଯୋଗ କରିଛନ୍ତି ଯେ, ସେମାନେ ଭବିଷ୍ୟତରେ ଶିକ୍ଷକତା ବୃତ୍ତି ଆଦରିବା ଆଶା ରଖି ଫକୀରମୋହନ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରି ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌, ପ୍ରମାଣପ୍ରତ୍ର ପାଉଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କୁ ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି, ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକତା ଲାଗି ଫର୍ମ ପକେଇବା ସକାଶେ ଯୋଗ୍ୟ ବିବେଚନା କରାଯାଉ ନାହିଁ। ଏହାର କାରଣ ବୁଝିବାକୁ ଛାତ୍ରୀଛାତ୍ର ସମର୍ଥ ହୋଇ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। କିନ୍ତୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏ ନେଇ ନୀରବ ରହିବା ଦୁର୍ଭାଗ୍ୟଜନକ ବୋଲି ସେମାନେ ଅଭିଯୋଗ କରି ସମସ୍ୟାର ଆଶୁ ସମାଧାନ ଲାଗି ବିଶ୍ୱବିଦ୍ୟାଳୟର ରେଜିଷ୍ଟାରଙ୍କୁ ଘେରାଉ କରିଥିଲେ। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଏହି ଛାତ୍ରୀଛାତ୍ରଙ୍କ ଦାବିକୁ ସମର୍ଥନ ଜଣାଇ ସହଯୋଗ କରୁଥିବା ସୂଚନା ମିଳିଛି। ସମସ୍ୟାର ଶୀଘ୍ର ସମାଧାନ ନ ହେଲେ ଛାତ୍ରୀଛାତ୍ର ଆଗାମୀ ଦିନରେ ନାମାଙ୍କନ ଦାଖଲ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?