ଇଣ୍ଡିଆନ୍‌ ଅଏଲ, ଘାନାର ଏନ୍‌ପିଏ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଭାରତ ଏବଂ ଘାନା ମଧ୍ୟରେ ସମ୍ପର୍କକୁ ଅଧିକ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ଗୋଟିଏ ପାଦ ଆଗକୁ ବଢାଇଛନ୍ତି। ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ବୁଧବାର ଇଣ୍ଡିଆନ୍‌ ଅଏଲ ଏବଂ ଘାନାର ଜାତୀୟ ପେଟ୍ରୋଲିୟମ ପ୍ରାଧିକରଣ(ଏନ୍‌ପିଏ) ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷରିତ ହୋଇଛି। ଇଣ୍ଡିଆନ୍‌ ଅଏଲର ଏଲପିଜି ପରିଚାଳନା ମୁଖ୍ୟ ଅଧିକାରୀ ଏଲ୍‌କେଏସ ଚୌହ୍ବାନ ଏବଂ ଘାନା ଏନପିଏର କାର୍ଯ୍ୟକାରୀ ମୁଖ୍ୟ ସୁଲେମାନା ତାମପୁଲିଙ୍କ ମଧ୍ୟରେ ଏହି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ପେଟ୍ରୋଲିୟମ ବିଶେଷ ଭାବେ ଏଲପିଜି କ୍ଷେତ୍ରକୁ ମଜଭୁତ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। କେନ୍ଦ୍ର ସରକାର ଦେଶରେ ଏଲପିଜି ନେଟ୍‌ୱର୍କର ସମ୍ପ୍ରସାରଣ କରି ଦେଶର ନାଗରିକଙ୍କୁ ସ୍ବଚ୍ଛ ଊର୍ଜା ପ୍ରଦାନ କରୁଛନ୍ତି। ଏହି କ୍ଷେତ୍ରରେ ଘାନା ନିଜ ଉପାୟରେ ଘରୋଇ, ବାଣିଜି୍ୟକ ଏବଂ ଶିଳ୍ପରେ ସୁରକ୍ଷିତ, ସ୍ବଚ୍ଛ ଏବଂ ପରିବେଶ ସହଯୋଗୀ ଏଲପିଜିର ବ୍ୟବହାର କରି ଏହାର ଚାହିଦାକୁ ବଢାଇବା ପାଇଁ ଭାରତକୁ ସହାୟତା କରିବା ନିମନ୍ତେ ଇଚ୍ଛାପ୍ରକାଶ କରିଥିଲା। ଏହି ବୁଝାମଣା ପତ୍ର ଦ୍ୱାରା ଭାରତ ଏବଂ ଘାନାର ରାଷ୍ଟ୍ରୀୟ ଏଲପିଜି ପ୍ରମୋଶନ ପଲିସିର କାର୍ଯ୍ୟାନ୍ବୟନ କ୍ଷେତ୍ରରେ ସାହାଯ୍ୟ କରିବ। ଏହି ଚୁକ୍ତି ସ୍ବାକ୍ଷରିତ ହେବା ଦ୍ୱାରା ଇଣ୍ଡିଆନ୍‌ ଅଏଲ ବିଭିନ୍ନ ଉପାୟରେ ଯଥା ଏଲପିଜି ବଟଲିଂ ପ୍ଲାଣ୍ଟ, ମୂଲ୍ୟ ନିର୍ଦ୍ଧାରଣ, ଲାଇସେନ୍ସ ଘାନାରେ ସ୍ବାସ୍ଥ୍ୟର ବିକାଶ ଏବଂ ପରିବେଶକୁ ସୁରକ୍ଷା ରଖିବାରେ ସହଯୋଗ କରିବ। ଦୁଇ ଦେଶ ମଧ୍ୟରେ ହୋଇଥିବା ଏହି ଏମ୍‌ଓୟୁ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ଲକ୍ଷ ଲକ୍ଷ ଭାରତୀୟଙ୍କୁ ସ୍ବଚ୍ଛ ଊର୍ଜା ପ୍ରଦାନ କରିବା ଦିଗରେ ଏକ ସଙ୍କେତକୁ ସୂଚାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri