ଇଣ୍ଡିଆନ୍‌ ଆଇଡଲ୍‌ ୧୧ରେ ଓଡିଆ ଝିଅ ଚେଲ୍‌ସି

ଭୁବନେଶ୍ୱର:ପୁଣି ଜାତୀୟସ୍ତରୀୟ ରିଆଲିଟି ଶୋ’ରେ ଆସିବେ ଓଡ଼ିଆ ଝିଅ ଚେଲ୍‌ସି ବେଉରା। ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଚେଲ୍‌ସି ଭାଗ ନେଇଛନ୍ତି। ଏହି ଶୋ’ର ଏକ ଭିଡିଓରେ ଚେଲ୍‌ସିଙ୍କ ଝଲକ୍‌ ଦେଖିବାକୁ ମିଳିଛି। ଏହି ଭିଡିଓରେ ସେ ଇଶକ୍‌ଜାଦେ ଫିଲ୍ମର ‘ମେଁ ପରେଶାନ’ ଗୀତ ଗାଉଥିବାର ଦେଖାଯାଉଛି। ତାଙ୍କ ଗୀତକୁ ଜଜ୍‌ମାନେ ପ୍ରଶଂସା କରିବା ସହିତ ବିଶାଲ ଦଦ୍‌ଲାନୀ ଚେଲ୍‌ସିଙ୍କୁ ‘ଫ୍ୟୁଚର୍‌ ଷ୍ଟାର’ ବୋଲି କହିଛନ୍ତି। ତେବେ ଚେଲ୍‌ସି ପୂର୍ବରୁ ମଧ୍ୟ ଜାତୀୟସ୍ତରୀୟ ପ୍ଲାଟ୍‌ଫର୍ମରେ ଅଂଶଗ୍ରହଣ କରି ଦର୍ଶକଙ୍କ ଭଲପାଇବା ସାଉଁଟିଛନ୍ତି। ମ୍ୟୁଜିକ୍‌ ରିଆଲିଟି ଶୋ’ ରାଇଜିଂ ଷ୍ଟାର୍‌ ଓ ଇଣ୍ଡିଆନ୍‌ ଆଇଡଲ୍‌ରେ ସେ ଶିଶୁ କଳାକାର ଭାବେ ଭାଗ ନେଇଥିଲେ। ରାଇଜିଂ ଷ୍ଟାରରେ ସେ ଟପ୍‌-୧୧ ପର୍ଯ୍ୟନ୍ତ ଯାଇଥିଲେ। ଏବେ ପୁଣିଥରେ ସାରା ଓଡ଼ିଶାକୁ ଗର୍ବିତ କରିବା ପାଇଁ ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଆସୁଛନ୍ତି ଚେଲ୍‌ସି। ଏଥର ଆରମ୍ଭରୁ ଏତେ ଭଲ ପ୍ରଦର୍ଶନ କରିଛନ୍ତି ଯେ ଆଗକୁ ଆହୁରି ଭଲ କରିବେ ବୋଲି କୁହଯାଉଛି। ସୂଚନାଯୋଗ୍ୟ, ଆସନ୍ତା ୧୨ତାରିଖରେ ଇଣ୍ଡିଆନ୍‌ ଆଇଡଲ୍‌-୧୧ ଶୋ’ ଆରମ୍ଭ ହେବାକୁ ଯାଉଛି। ଏନେଇ ଚ୍ୟାନେଲ୍‌ ବିଭିନ୍ନ ପ୍ରତିଯୋଗୀଙ୍କ ଉତ୍ତମ ପ୍ରଦର୍ଶନର ଛୋଟ ଛୋଟ ଭିଡିଓ କ୍ଲିପ୍ସ ସୋସିଆଲ୍‌ ମିଡିଆରେ ଛାଡ଼ି କାର୍ଯ୍ୟକ୍ରମର ଆରମ୍ଭ ସମ୍ପର୍କରେ ସୂଚନା ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri