Posted inଖେଳ

ଇଣ୍ଡିଆନ ଗ୍ରାଁ ପ୍ରି ୫: ଦୂତୀଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୭।୮(କ୍ରୀଡ଼ା ପ୍ରତିନିଧି)-
ପଞ୍ଜାବର ପଟିଆଲାସ୍ଥିତ ଏନଏସଏନଆଇଏସଠାରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି ଆଥଲେଟିକ୍‌ ମିଟ୍‌ର ୫ମ ଚରଣରେ ଓଡ଼ିଶାର ଦୂତୀ ଚାନ୍ଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଭିଜା ସମସ୍ୟା ଯୋଗୁ ୟୁରୋପ ଆଥଲେଟିକ୍‌ ମିଟ୍‌ରେ ଭାଗନେଇପାରି ନ ଥିବା ଭାରତର ଏହି ସ୍ପ୍ରିଣ୍ଟ କୁଇନ ମହିଳା ୧୦୦ ମିଟର ଇଭେଣ୍ଟରେ ୧୧.୪୨ ସେକେଣ୍ଡ ସମୟ ନେଇ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ତାମିଲନାଡ଼ୁର ଅର୍ଚ୍ଚନା ସୁଶିନ୍ଦ୍ରନ ୧୧୫୩ ଓ ପଞ୍ଜାବର ମନଭୀର କୌର ୧୨.୨୮ ସେକେଣ୍ଡ ସମୟ ନେଇ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଛନ୍ତି। ପ୍ରକାଶ ଯୋଗ୍ୟ ଯେ, ୨୦୧୯ ଏପ୍ରିଲ ୨୨ରେ ଦୋହାଠାରେ ଅନୁଷ୍ଠିତ ପ୍ରତିଯୋଗିତାରେ ୧୧.୨୬ ସେକେଣ୍ଡ ସମୟ ନେଇ ଦୂତୀ ଏବେ ଜାତୀୟ ରେକର୍ଡର ଅଧିକାରିଣୀ ଅଛନ୍ତି। ” ୟୁରୋପ ଆଥଲେଟିକ୍‌ ମିଟ୍‌ ପାଇଁ ମୁଁ ନିଜକୁ ପ୍ରସ୍ତୁତ କରିଥିଲି। ତାହାତ ହୋଇ ପାରିଲାନି। ବିଶ୍ୱ ଆଥଲେଟିକ୍‌ ଚାମ୍ପିୟନଲିପ୍‌ ଯୋଗ୍ୟତା ପାଇଁ ଇଣ୍ଡିଆନ ଗ୍ରାଁ ପ୍ରିରେ ମଧ୍ୟ ସୁଯୋଗ ଥିଲା। ମାତ୍ର ଏହି ପ୍ରତିଯୋଗିତାରେ ପ୍ରଥମସ୍ଥାନ ଅଧିକାର କରିଥିଲେ ହେଁ ଅଧିକ ପ୍ରତିଦ୍ୱନ୍ଦ୍ୱୀ ନ ଥିବାରୁ ଯୋଗ୍ୟତା ଟାଇମିଂ ସ୍ପର୍ଶ କରି ପାରିଲିନି। ବିଶେଷ କରି ଏଥିରେ ହିଟ୍‌ କିମ୍ବା ସେମିଫାଇନାଲ ନ ଥିବାରୁ ସିଧାସଳଖ ଫାଇନାଲରେ ଟାଇମିଂ ଭଲ ରହିଲାନି। ଚଳିତମାସ ୨୭ ତାରିଖରୁ ଲକ୍ଷ୍ନୌଠାରେ ଆନ୍ତଃରାଜ୍ୟ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆରମ୍ଭ ହେବ। ସେଠାରେ ମଧ୍ୟ ବିଶ୍ୱ ଚାମ୍ପିୟନଶିପ୍‌ ଯୋଗ୍ୟତା ପାଇଁ ସୁଯୋଗ ରହିଛି। ୧୧.୨୪ ସେକେଣ୍ଡ ସମୟ ସ୍ପର୍ଶ କରି ମୁଁ ବିଶ୍ୱ ଚାମ୍ପିୟନଶିପ୍‌ ଯୋଗ୍ୟତା ପାଇବା ନେଇ ଆଶା ରଖିଛି“ ବୋଲି ଦୂତୀ ନିଜ ପ୍ରତିକ୍ରୀୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri