ଇଣ୍ଡିଆନ ଗ୍ୟାସ୍‌ ଏକ୍ସଚେଞ୍ଜ ଶୁଭାରମ୍ଭ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଇଣ୍ଡିଆନ ଗ୍ୟାସ୍‌ ଏକ୍ସଚେଞ୍ଜ(ଆଇଜିଏକ୍ସ)ର ଶୁଭାରମ୍ଭ କରିଛନ୍ତି। ଏହା ଦେଶର ପ୍ରଥମ ଅନ୍‌ଲାଇନ ଡେଲିଭରି ଭିତ୍ତିକ ଗ୍ୟାସ୍‌ ଟ୍ରେଡିଂ ପ୍ଲାଟ୍‌ଫର୍ମ। ଏହି ଅବସରରେ ଟ୍ରେଡିଂକୁ ଶୁଭାରମ୍ଭ କରାଯାଇଛି। ପ୍ରାକୃତିକ ବାଷ୍ପ ଡେଲିଭରି କ୍ଷେତ୍ରରେ ଏହା କାର୍ଯ୍ୟ କରିବ। ଏହି ପ୍ଲାଟ୍‌ଫର୍ମଟି ସମ୍ପୂର୍ଣ୍ଣ ଅଟୋମେଟିକ ଏବଂ ଓ୍ବେବ୍‌ଭିତ୍ତିକ ଇଣ୍ଟରଫେସ୍‌ ସହ ଆସିଛି। ଗ୍ରାହକଙ୍କୁ ନିରନ୍ତର ଟ୍ରେଡିଂ ଅଭିଜ୍ଞତା ପ୍ରଦାନ ଦିଗରେ ଏହା ସହାୟକ ହେବ ବୋଲି କୁହାଯାଇଛି। ଏଭଳି ପଦକ୍ଷେପ ଦେଶର ଶକ୍ତି ଇତିହାସରେ ଏକ ନୂଆ ଫର୍ଦ୍ଦ ଯୋଡିଛି ବୋଲି ପ୍ରଧାନ କହିଛନ୍ତି। ଏହା ସାରା ଦେଶରେ ଫ୍ରି ମାର୍କେଟ ପ୍ରାଇସିଂ ଦିଗରେ ଏକ ପ୍ରମୁଖ ଯୋଗଦାନ ରଖିପାରିବ। ଏହାଦ୍ୱାରା ଭାରତ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥାଗୁଡିକ ଗ୍ରହଣ କରିଥିବା ପଦକ୍ଷେପ ସହ ନିଜକୁ ଯୋଡିପାରିଛି। ଗ୍ୟାସ୍‌ ଆଧାରିତ ଅର୍ଥନୀତି ଦିଗରେ ଏହି ପ୍ଲାଟ୍‌ଫର୍ମ କାର୍ଯ୍ୟ କରିବ। ଏଥିସହ ଭାରତକୁ ଆତ୍ମନିର୍ଭର କରିବା ଦିଗରେ ଏହା ବଡ ପଦକ୍ଷେପ। ସେହିଭଳି ଗ୍ୟାସ୍‌ ପରିବହନ ଲାଗି ଶୀଘ୍ର ଏକ ନୂତନ ପ୍ରୋ ବିଜ୍‌ନେସ ନୀତି ଘୋଷଣା କରାଯିବା ବୋଲି ପ୍ରଧାନ ମତବ୍ୟକ୍ତ କରିଛନ୍ତି। ଗ୍ୟାସ୍‌ ଭିତ୍ତିଭୂମି ଦିଗରେ ଚାଲୁ ରହିଥିବା ବିଭିନ୍ନ ପ୍ରକଳ୍ପ ଉପରେ ସେ ବୈଠକରେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri