Posted inଖେଳ

ଇଣ୍ଡିଆନ ସୁପରଲିଗ୍‌: ଦ୍ୱିତୀୟକୁ ଉଠିଲା ଏଟିକେ ମୋହନବାଗାନ

ଫତୋର୍ଦା, ୧୬।୧୨-
ରୟ କ୍ରିଷ୍ଣାଙ୍କ ବିଳମ୍ବିତ ଗୋଲ ପୁଣିଥରେ ଏଟିକେ ମୋହନବାଗାନକୁ ଫାଇଦାରେ ରଖିଛି। କ୍ରିଷ୍ଣାଙ୍କ ପେନାଲ୍ଟି ଗୋଲ ବଳରେ ଏଟିକେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ) ମ୍ୟାଚରେ ଏଫସି ଗୋଆକୁ ୧-୦ ଗୋଲରେ ପରାସ୍ତ କରିଛି। ଦୁଇ ସମକକ୍ଷ ଦଳ ମଧ୍ୟରେ ମ୍ୟାଚଟି ଆରମ୍ଭରୁ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିବାପରେ ଦ୍ୱିତୀୟାର୍ଦ୍ଧରେ ମଧ୍ୟ କଡ଼ା ଟକ୍କର ହୋଇଥିଲା। ମ୍ୟାଚଟି ଡ୍ର ଆଡ଼କୁ ଯାଉଥିବାବେଳେ ୮୪ତମ ମିନିଟରେ ବକ୍ସ ଏରିଆ ମଧ୍ୟରେ କ୍ରିଷ୍ଣାଙ୍କୁ ଗୋଆର ଆଇବନ୍‌ ଡୋହଲିଙ୍ଗ ଫାଉଲ୍‌ ମାରି ତଳେ ପକାଇବା ଅଭିଯୋଗରେ ରେଫରି ଏଟିକେକୁ ପେନାଲ୍ଟି ସୁଯୋଗ ଦେଇଥିଲେ। କ୍ରିଷ୍ଟା ଏହି ସୁବର୍ଣ୍ଣ ସୁଯୋଗକୁ ହାତଛଡ଼ା ନ କରି ୮୫ତମ ମିନିଟରେ ଗୋଲ ସ୍କୋର କରିଥିଲେ। ଏଟିକେ ୬ ମ୍ୟାଚରୁ ୪ର୍ଥ ବିଜୟ ସହ ୧୪ ପଏଣ୍ଟ ପାଇ ଟେବୁଲର ଦ୍ୱିତୀୟକୁ ଉନ୍ନୀତ ହୋଇଛି। ଅନ୍ୟପକ୍ଷରେ ଗୋଆ ୬ ମ୍ୟାଚରୁ ଦ୍ୱିତୀୟ ପରାଜୟ ସହ ୬ଷ୍ଠ ସ୍ଥାନରେ ଅପରିବର୍ତ୍ତିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?