Posted inଖେଳ

ଇଣ୍ଡିଆନ ସୁପରଲିଗ୍‌: ବେଙ୍ଗାଲୁରୁଠାରୁ ହାରିଲା ଓଡ଼ିଶା ଏଫସି

ବେଙ୍ଗାଲୁରୁ, ୨୩।୧- ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ) ମ୍ୟାଚରେ ଓଡ଼ିଶା ଏଫସି ୦-୩ ଗୋଲରେ ବେଙ୍ଗାଲୁରୁ ଏଫସି ନିକଟରୁ ହାରି ଯାଇଛି। ଏଥିସହ ପୂର୍ବ ମ୍ୟାଚରେ ମୁମ୍ବାଇ ସିଟି ନିକଟରୁ ହାରିଥିବା ବେଙ୍ଗାଲୁରୁ ସଫଳ ପ୍ରତ୍ୟାବର୍ତ୍ତନ କରି ପଏଣ୍ଟ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ବିଜୟୀ ଦଳ ପକ୍ଷରୁ ଡେଶୋର୍ନ ବ୍ରାଉନ୍‌ ୨୩, ରାହୁଲ ଭେକେ ୨୫ ଓ ଅଧିନାୟକ ସୁନୀଲ ଛେତ୍ରୀ ୬୧ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ବିଜୟ ପରେ ବେଙ୍ଗାଲୁରୁ ପଏଣ୍ଟ ସଂଖ୍ୟା ୧୪ ମ୍ୟାଚରୁ ୨୫ରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଓଡ଼ିଶା ଏଫସି ୨୧ ପଏଣ୍ଟ ସହିତ ୪ର୍ଥ ସ୍ଥାନ ବଜାୟ ରଖିଛି। ମ୍ୟାଚ ଆରମ୍ଭରୁ ଉଭୟ ଦଳ ନିଜ ଷ୍ଟାଇଲ୍‌ରେ ଖେଳି ପ୍ରତିପକ୍ଷ ଦଳ ଉପରେ ଚାପ ପକାଇବାକୁ ଚେଷ୍ଟା କରିଥିଲେ। ୩ୟ ମିନିଟରେ ଓଡ଼ିଶା ଏଫସି ପାଇଁ ପ୍ରଥମ ସୁଯୋଗ ଆସିଥିଲା। ମାତ୍ର ଗୌରବ ବୋରା ହେଡ୍‌ କରିବା ପରେ ବଲ୍‌ଟି ଗୋଲପୋଷ୍ଟ ଉପରେ ଚାଲି ଯାଇଥିଲା। ପରେ ବେଙ୍ଗାଲୁରୁ କ୍ରମଶଃ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା ଏବଂ ସଫଳ ହୋଇଥିଲା। ପ୍ରକାଶ ଯୋଗ୍ୟ ଯେ, ଦୁଇ ଦଳ ମଧ୍ୟରେ ଅନୁଷ୍ଠିତ ପୂର୍ବ ମୁକାବିଲାରେ ମଧ୍ୟ ବେଙ୍ଗାଲୁରୁ ବିଜୟୀ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri