Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଏଫ୍‌ସିର କ୍ରମାଗତ ଦ୍ୱିତୀୟ ପରାଜୟ

ଗୁଆହାଟୀ, ୨୭।୧୦(ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଷଷ୍ଠ ସଂସ୍କରଣରେ ପଦାର୍ପଣ କରିଥିବା ଓଡ଼ିଶା ଏଫ୍‌ସି ଦଳ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି। ଓଡ଼ିଶା ତା’ର ପ୍ରଥମ ମ୍ୟାଚ୍‌ରେ ଜାମସେଦପୁର ଏଫ୍‌ସିଠାରୁ ୨-୧ ଗୋଲରେ ହାତଛଡ଼ା କରିବା ପରେ ଶନିବାର ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ଅନୁରୂପ ଭାବେ ପରାସ୍ତ ହୋଇଛି। ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଆଥଲେଟିକ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଘରୋଇ ଦଳ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସି ୨-୧ ଗୋଲରେ ଓଡ଼ିଶାକୁ ହରାଇଛି। ତାରକା ଷ୍ଟ୍ରାଇକର ଆସାମୋଆ ଜିଆନଙ୍କ ନିର୍ଣ୍ଣାୟକ ଗୋଲ ବଳରେ ନର୍ଥଇଷ୍ଟ ଲିଗ୍‌ରେ ତା’ର ପ୍ରଥମ ବିଜୟ ହାସଲ କରିଛି।
ରିଡିମ ଟିଲାଙ୍ଗ୍‌ ଦ୍ୱିତୀୟ ମିନିଟ୍‌ରେ ମାର୍ଟିନ ଚାଭେଜ ଓ ପାନାଜିଓଟିସ୍‌ଙ୍କଠାରୁ ସହାୟତା ପାଇ ଗୋଲ ଦେଇଥିଲେ ଓ ନର୍ଥଇଷ୍ଟକୁ ୧-୦ରେ ଅଗ୍ରଣୀ କରାଇଥିଲେ। ସପ୍ତମ ମିନିଟ୍‌ରେ ନାରାୟଣ ଦାସ ଓ ଶୁଭମ ଷଡଙ୍ଗୀ ଓଡ଼ିଶା ପାଇଁ ପ୍ରଥମ ସୁଯୋଗ ସୃଷ୍ଟି କରିଥିଲେ। କିନ୍ତୁ ମାର୍ଟିନେଜ ଜିଉଡେସ ମାରିଥିବା ଫ୍ରି କିକ୍‌କୁ ନର୍ଥଇଷ୍ଟ ଗୋଲକିପର ସୁଭାଶିଷ ରାୟ ପଣ୍ଡ କରିଥିଲେ। ଏହାର ୬ ମିନିଟ ପରେ ସୁଭାଶିଷ ଜେରୀ ମାଅମିଙ୍ଗଥାଙ୍ଗାଙ୍କ ପ୍ରୟାସକୁ ଅଟକାଇବାରେ ସମର୍ଥ ହୋଇଥିଲେ। ପ୍ରଥମାର୍ଦ୍ଧରେ ଉଭୟ ଦଳ ପକ୍ଷରୁ ଘନଘନ ଆକ୍ରମଣ ହୋଇଥିଲା। ତେବେ ଗୋଲକିପରମାନେ ଉନ୍ନତ ପ୍ରଦର୍ଶନ କରି ଗୋଲ ସୁଯୋଗ ଦେଇ ନ ଥିଲେ। ମ୍ୟାଚ୍‌ର ୭୧ତମ ମିନିଟ୍‌ରେ ସିସ୍କୋ ହେର୍ନାଣ୍ଡେଜ୍‌ ଓଡ଼ିଶା ତରଫରୁ ଗୋଲ ଦେଇଥିଲେ ଓ ମ୍ୟାଚ୍‌କୁ ୧-୧ ସମାନସ୍ଥିତିକୁ ଆଣିଥିଲେ। ଏହାର ଠିକ ଦୁଇ ମିନିଟ୍‌ ପରେ ରେଫରି ଡେଲଗାଡୋଙ୍କୁ ନାଲି କାର୍ଡ ଦେଖାଇଥିଲେ। ଫଳରେ ତାଙ୍କୁ ପଡିଆ ବାହାରକୁ ଯିବାକୁ ପଡିଥିଲା। ଫଳରେ ଓଡ଼ିଶାକୁ ଧକ୍କା ଲାଗିଥିଲା ଓ ଦଳ ୧୦ଜଣଙ୍କୁ ନେଇ ଖେଳ ଜାରି ରଖିଥିଲା। ଏହାର ସୁଯୋଗ ନେଇ ନର୍ଥଇଷ୍ଟ ତରଫରୁ ୮୪ତମ ମିନିଟ୍‌ରେ ଆସାମୋଆ ଜିଆନ ଗୋଲ ଦେଇ ଦଳକୁ ଜିତାଇଥିଲେ। ଏହି ନିର୍ଣ୍ଣାୟକ ଗୋଲ ପାଇଁ ଜିଆନ ହିରୋ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ହାସଲ କରିଥିଲେ। ସେହିପରି ମ୍ୟାଚ୍‌ର ଉଦୀୟମାନ ଖେଳାଳି ହିସାବରେ ନର୍ଥଇଷ୍ଟର ରିଡିମ ଟିଲାଙ୍ଗଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri