Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଚେନ୍ନାଇନ୍‌ର ବୃହତ୍‌ ବିଜୟ

କୋଚି,୨।୨(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଚେନ୍ନାଇନ ଏଫ୍‌ସି ଘରୋଇ କେରଳ ବ୍ଲାଷ୍ଟର୍ସ ଏଫ୍‌ସିକୁ ୬-୩ ଗୋଲରେ ପରାସ୍ତ କରିଛି। ମ୍ୟାଚ୍‌ରେ ମୋଟ ୯ଟି ଗୋଲ ସ୍କୋର ହୋଇଥିବାରୁ ଦର୍ଶକ ମନୋରଞ୍ଜନର ଖୋରାକ ପାଇଥିଲେ। ପ୍ରଥମାର୍ଦ୍ଧ ଶେଷ ସୁଦ୍ଧା ଚେନ୍ନାଇ ୩ଟି ଗୋଲ ଦେଇ ଅଗ୍ରଣୀ ହାସଲ କରିଥିଲା। ଦଳ ତରଫରୁ ରାଫାଏଲ କ୍ରିଭେଲାରୋ ୩୯ ଓ ୪୫ତମ ମିନିଟ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେହିପରି ଦଳ ତରଫରୁ ନେରିଜୁସ୍‌ ଭାଲସ୍କିଜ ୪୫ତମ ମିନିଟ୍‌ରେ ଗୋଲ ଦେଇ ଦଳକୁ ୩-୦ରେ ଅଗ୍ରଣୀ କରାଇଥିଲେ।
ଏହାପରେ କେରଳ ତରଫରୁ ବାର୍ଥୋଲୋମିୟୁ ୪୮, ୬୫ ଓ ୭୬ତମ ମିନିଟ୍‌ରେ ଗୋଲ ଦେଇ ସିଜନର ପ୍ରଥମ ହ୍ୟାଟ୍ରିକ୍‌ ଅର୍ଜନ କରିବା ସହ ଦଳକୁ ମ୍ୟାଚ୍‌ରେ ପ୍ରତ୍ୟାବର୍ତ୍ତନ କରାଇଥିଲେ। ଚେନ୍ନାଇନ ତରଫରୁ ଲାଲିଆଞ୍ଜୁଆଲା ଛଙ୍ଗ୍‌ଟେ ୫୯ ଓ ୮୦ତମ ମିନିଟ୍‌ରେ ଦୁଇଟି ଗୋଲ ସ୍କୋର କରିଥିଲେ। ଶେଷରେ ଭାଲସ୍କିଜ ୯୦ତମ ମିନିଟ୍‌ରେ ଗୋଲ ଦେଇ ଦଳକୁ ବିଜୟୀ କରାଇଥିଲେ। ଏହି ବିଜୟ ସହ ଚେନ୍ନାଇନ ୧୪ଟି ମ୍ୟାଚ୍‌ ଖେଳି ୬ ବିଜୟ, ୩ ଡ୍ର ଓ ୫ ପରାଜୟ ସହ ୨୧ ପଏଣ୍ଟ ପାଇ ତାଲିକାର ପଞ୍ଚମ ସ୍ଥାନରେ ରହିଛି। ଅନ୍ୟପଟେ କେରଳ ୧୫ଟି ମ୍ୟାଚ୍‌ ଖେଳି ୩ ବିଜୟ, ୫ ଡ୍ର ଓ ୭ ପରାଜୟ ସହ ୧୪ ପଏଣ୍ଟ ପାଇ ଅଷ୍ଟମ ସ୍ଥାନରେ ରହିଛି। ଓଡ଼ିଶା ଏଫ୍‌ସି ଏପର୍ଯ୍ୟନ୍ତ ୧୫ଟି ମ୍ୟାଚ୍‌ ଖେଳି ୬ଟି ଲେଖାଏ ବିଜୟ ଓ ପରାଜୟ, ୩ଟି ଡ୍ର ସହ ୨୧ ପଏଣ୍ଟ ପାଇ ଷଷ୍ଠ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ ପାଦ ଛୁଇଁଲେ, କ’ଣ କହିଲେ ‘ଲିଟିଲ ମାଷ୍ଟର’? ତିନୋଟି ଶବ୍ଦରେ ଦେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୨୯।୫: ରାଜସ୍ଥାନ ରୟାଲ୍ସର ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ, IPL 2026 ର ସବୁଠାରୁ ଚର୍ଚ୍ଚିତ ଖେଳାଳିମାନଙ୍କ ମଧ୍ୟରୁ ଜଣେ ଭାବରେ ଉଭା ହୋଇଛନ୍ତି। ମାତ୍ର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri