Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌ ଜାମସେଦପୁର- ମୁମ୍ବାଇ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୧୪।୧୨-
ଇଣ୍ଡିଆନ ସୁପର ଲିଗ୍‌ରେ ସୋମବାର ଜାମସେଦପୁର ଏଫ୍‌ସି ଓ ମୁମ୍ବାଇ ସିଟି ଏଫ୍‌ସି ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। ମ୍ୟାଚର ୯ମ ମିନିଟରେ ନେରିଜୁସ ଭାଲ୍ସକିସ୍‌ ଗୋଲ ଦେଇ ଜାମସେଦପୁରକୁ ଅଗ୍ରଣୀ କରାଇଥିଲେ। ତେବେ ଏହାର ୬ ମିନିଟ ପରେ ଅର୍ଥାତ୍‌ ୧୫ତମ ମିନିଟରେ ମୁମ୍ବାଇର ମାର୍ଥୋଲୋମିଉ ଓଗ୍‌ବେଚେ ଗୋଲଟିକୁ ପରିଶୋଧ କରି ଦେଇଥିଲେ। ୨୮ତମ ମିନିଟରେ ଏଟର ମନରୋ ଦ୍ୱିତୀୟ ହଳଦିଆ କାର୍ଡ (ରେଡ୍‌ କାର୍ଡ) ପାଇବାରୁ ଜାମସେଦପୁରକୁ ୧୦ ଜଣଙ୍କ ସହ ଖେଳିବାକୁ ପଡ଼ିଥିଲା। ମାତ୍ର ଏହାର ଫାଇଦା ଉଠାଇ ପାରି ନ ଥିଲା ମୁମ୍ବାଇ। ଜାମସେଦପୁର ଦଳ କଡ଼ା ଚ୍ୟାଲେଞ୍ଜ୍‌ ଦେଇ ମ୍ୟାଚକୁ ୧-୧ ଗୋଲରେ ବରାବର ରଖିବାକୁ ସକ୍ଷମ ହୋଇଥିଲା। ଏହି ମ୍ୟାଚ ପରେ ମୁମ୍ବାଇ ୬ ମ୍ୟାଚରୁ ୧୩ ପଏଣ୍ଟ ପାଇ ଟେବୁଲର ଶୀର୍ଷସ୍ଥାନରେ ଅପରିବର୍ତ୍ତିତ ରହିଛି। ଅନ୍ୟପକ୍ଷରେ ଜାମସେଦପୁର ୬ ମ୍ୟାଚରୁ ୭ ପଏଣ୍ଟରେ ପହଞ୍ଚତ୍ ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ଜାମସେଦପୁରର ଜ୍ୟାକିଚାନ୍ଦ ସିଂ ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ ପିଟର ହାର୍ଟଲି ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri