Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଡ୍ର’ରେ ଓଡ଼ିଶାର ଅଭିଯାନ ଶେଷ ମାନୁଏଲଙ୍କ ହ୍ୟାଟ୍ରିକ୍‌

ଭୁବନେଶ୍ୱର, ୨୪।୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ଓଡ଼ିଶା ଏଫ୍‌ସି ତା’ର ଶେଷ ତଥା ୧୮ତମ ମ୍ୟାଚ୍‌ ଅମୀମାଂସିତ ରଖି ଅଭିଯାନ ଶେଷ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଓଡ଼ିଶା ଓ କେରଳ ବ୍ଲାଷ୍ଟର୍ସ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ ୪-୪ ଗୋଲରେ ଅମୀମାଂସିତ ରହିଛି। ଘରୋଇ ଓଡ଼ିଶା ତରଫରୁ ଫରଓ୍ବାର୍ଡ ମାନୁଏଲ ଓନୁ ହ୍ୟାଟ୍ରିକ ଗୋଲ ସ୍କୋର କରିଥିଲେ। ମାନୁଏଲ ପ୍ରଥମ, ୩୬ ଓ ୫୧ତମ ମିନିଟ୍‌ରେ ଗୋଲ ସ୍କୋର କରିଥିଲେ। ମାର୍ଟିନ ପେରେଜ ଗୁଏଡ୍ସ ୪୪ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ ଆଉ ଏକ ଗୋଲ ସ୍କୋର କରିଥିଲେ।
ଅପରପକ୍ଷରେ କେରଳ ତରଫରୁ ଷଷ୍ଠ ମିନିଟ୍‌ରେ ନାରାୟଣ ଦାସ ଆତ୍ମଘାତୀ ଗୋଲ କରିଥିଲେ। ସେହିପରି ରାଫେଲ ମେସି ବୋଉଲି ୨୮ତମ ମିନିଟ୍‌ରେ ଗୋଟିଏ ଗୋଲ ଦେଇଥିଲେ। ଦଳ ତରଫରୁ ବାର୍ଥୋଲୋମି ଓଗ୍‌ବେଚେ ୮୨ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ ଓ ଇଞ୍ଜୁରି ଟାଇମର ଚତୁର୍ଥ ମିନିଟ୍‌ରେ ପେନାଲ୍ଟି ଜରିଆରେ ଗୋଲ ଦେଇ ଓଡ଼ିଶା ହାତରୁ ବିଜୟ ଛଡାଇ ନେଇଥିଲେ।
ଓଡ଼ିଶା ୧୮ଟି ମ୍ୟାଚ୍‌ ଖେଳି ୭ ବିଜୟ, ୪ ଡ୍ର ଓ ୭ ପରାଜୟ ସହ ୨୫ ପଏଣ୍ଟ ପାଇ ଷଷ୍ଠ ସ୍ଥାନରେ ରହି ଅଭିଯାନ ଶେଷ କରିଛି। ସେହିପରି କେରଳ ୧୮ଟି ମ୍ୟାଚ୍‌ ଖେଳି ୪ ବିଜୟ, ୭ ଡ୍ର ଓ ୭ ପରାଜୟ ସହ ୧୯ ପଏଣ୍ଟ ପାଇ ସପ୍ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri