Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଫାଇନାଲରେ ଚେନ୍ନାଇନ୍‌ ଏଫ୍‌ସି

ମାରଗାଓ, ୮।୩(ପି.ଟି.)- ପୂର୍ବରୁ ୨ଥର ଟାଇଟଲ ହାସଲ କରିଥିବା ଚେନ୍ନାଇନ ଏଫ୍‌ସି ପ୍ରଥମ ଦଳ ଭାବେ ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲରେ ପ୍ରବେଶ କରିଛି। ଏହି ହାଇପ୍ରୋଫାଇଲ ଲିଗ୍‌ର ସେକେଣ୍ଡ ଲେଗ ସେମିଫାଇନାଲରେ ଚେନ୍ନାଇନ ୨-୪ ଗୋଲରେ ଏଫ୍‌ସି ଗୋଆଠାରୁ ପରାସ୍ତ ହୋଇଥିଲେ ମଧ୍ୟ ଫାଇନାଲ ଖେଳିବାର ଯୋଗ୍ୟତା ହାସଲ କରିଛି। ଫାଷ୍ଟ ଲେଗ୍‌ ସେମିଫାଇନାଲରେ ଚେନ୍ନାଇନ ୪-୧ ଗୋଲରେ ଗୋଆକୁ ହରାଇଥିଲା। ଫଳରେ ଏଗ୍ରିଗେଟ୍‌ରେ ଚେନ୍ନାଇନ ୬-୫ ଗୋଲରେ ବିଜୟୀ ହୋଇ ଫାଇନାଲକୁ ଉଠିଛି। ଫାଇନାଲରେ ଏବେ ଚେନ୍ନାଇନ ଏଟିକେ କିମ୍ବା ବେଙ୍ଗାଲୁରୁ ଏଫ୍‌ସିକୁ ଭେଟିବ।
ସ୍ଥାନୀୟ ଜବାହାରଲାଲ ନେହରୁ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ସେକେଣ୍ଡ ଲେଗ ସେମିଫାଇନାଲରେ ଜବରଦସ୍ତ ସଂଘର୍ଷ ଓ ରୋମଞ୍ଚ ଦେଖିବାକୁ ମିଳିଥିଲା। ପ୍ରଥମାର୍ଦ୍ଧରେ ଗୋଆ ପ୍ରଭାବ ବିସ୍ତାର କରି ଖେଳିଥିଲା। ଚେନ୍ନାଇନର ଲୁସିଆନ ଗୋଇଆନ୍ସ ୧୦ ମିନିଟ୍‌ରେ ଆତ୍ମଘାତୀ ଗୋଲ ସ୍କୋର କରି ଗୋଆକୁ ୧-୦ରେ ଅଗ୍ରଣୀ କରାଇଥିଲେ। ଏହାପରେ ଗୋଆ ତରଫରୁ ମୌରଟାଡା ଫଲ ୨୧ତମ ମିନିଟ୍‌ରେ ମିନିଟ୍‌ରେ ଗୋଲ ଦେଇଥିଲେ। ତେବେ ଏହାପରେ ୫୨ ଓ ୫୯ତମ ମିନିଟ୍‌ରେ ଚେନ୍ନାଇନ ତରଫରୁ ଯଥାକ୍ରମେ ଲାଲିଆଞ୍ଜୁଆଲା ଚାଙ୍ଗଟେ ଓ ନେରିଜୁସ୍‌ ଭାଲସ୍କିଜ ଗୋଲ ସ୍କୋର ମ୍ୟାଚ୍‌କୁ ୨-୨ ସମାନସ୍ତରକୁ ଆଣିଥିଲେ। ଏହାପରେ ଗୋଆ ପ୍ରତ୍ୟାବର୍ତ୍ତନ କରିଥିଲା। ଦଳ ତରଫରୁ ଏଡୁ ବେଡିଆ ୮୧ ଓ ଫଲ ୮୩ତମ ମିନିଟ୍‌ରେ ଗୋଲ ଦେଇ ଗୋଆକୁ ଜିତାଇଥିଲେ ମଧ୍ୟ ସେମିଫାଇନାଲରେ ପହଞ୍ଚାଇବା ପାଇଁ ଏହା ଯଥେଷ୍ଟ ହୋଇ ନ ଥିଲା। ଫାଇନାଲ ଟିକେଟ ହାସଲ କରିବାକୁ ପାଇଁ ଗୋଆକୁ ଆଉ ୨ଟି ଗୋଲ ଦେବା ଅପରିହାର୍ଯ୍ୟ ହୋଇପଡିଥିଲା। ତେବେ ଏହା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri