Posted inଜାତୀୟ

ଇଣ୍ଡିଆ ବଦଳରେ ଭାରତ

ନୂଆଦିଲ୍ଲୀ,୩୦ା୫(ପି.ଟି.): ସମ୍ବିଧାନ ସଂଶୋଧନ କରି ଦେଶର ନଁ। ଇଣ୍ଡିଆ ବଦଳରେ ‘ଭାରତ’ କିମ୍ବା ‘ହିନ୍ଦୁସ୍ଥାନ’ ରଖିବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ଜୁନ୍‌ ୨ରେ ଏହାର ଶୁଣାଣି କରିବାକୁ ଅଦାଲତ ନିଷ୍ପତ୍ତି ନେଇଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୧ରେ ସଂଶୋଧନ ଆଣିବା ଲାଗି ଉପଯୁକ୍ତ ପଦକ୍ଷେପ ନେବା ନିମନ୍ତେ ଆବେଦନ କରାଯାଇଛି। ଦେଶର ନାମ ବଦଳିବା ଦ୍ୱାରା ଆମ ନିଜ ଜାତୀୟତାବାଦ ଉପରେ ଗର୍ବ ଅନୁଭବ ହେବ ବୋଲି ପିଟିଶନରେ ଦାବି କରାଯାଇଛି। ଶୁକ୍ରବାର ପିଟିଶନର ଶୁଣାଣି ହେବାର ଥିଲା। ତେବେ ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ ରହି ନ ପାରିବାରୁ ୨ରେ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରାଯାଇଛି।
ଦିଲ୍ଲୀର ଆବେଦନକାରୀଙ୍କ କହିବା ଅନୁଯାୟୀ ଦେଶର ନାଗରିକମାନଙ୍କୁ ଉପନିବେଶବାଦର ଅତୀତକୁ ଭୁଲିବାକୁ ହେଲେ ଏଭଳି ସଂଶୋଧନର ଆବଶ୍ୟକତା ରହିଛି। ଇଂଲିଶ ନାମକୁ ବଦଳାଗଲେ ଭବିଷ୍ୟତ ବଂଶଧରଙ୍କ ମଧ୍ୟରେ ଆମର ଜାତୀୟତାବାଦ ପ୍ରତି ଗର୍ବ ଆସିବ। ଇଣ୍ଡିଆ ପରିବର୍ତ୍ତେ ଭାରତ ଶବ୍ଦ ବ୍ୟବହାର ହେଲେ ଏହା ଦେଶର ସ୍ବାଧୀନତା ପାଇଁ ଆମ ପୂର୍ବପୁରୁଷମାନଙ୍କ ଦୀର୍ଘଦିନର ସଂଗ୍ରାମକୁ ଯଥାର୍ଥ ପ୍ରତିପାଦନ କରିବ ବୋଲି ପିଟିଶନରେ କୁହାଯାଇଛି। ୧୯୪୮ ସମ୍ବିଧାନ ସଭା ଆଲୋଚନାରେ ଚିଠା ସମ୍ବିଧାନର ଅନୁଚ୍ଛେଦ ୧ ଉପରେ ବିତର୍କ ହୋଇଥିଲା। ସେତେବେଳେ ଦେଶର ନାଁ ଭାରତ କିମ୍ବା ହିନ୍ଦୁସ୍ଥାନ ରଖିବା ସପକ୍ଷରେ ଜୋର୍‌ଦାର ଦାବି ଉଠିଥିଲା। ଏବେ ଦେଶକୁ ମୂଳ ନାଁରେ ପରିଚିତ କରାଇବାର ସମୟ ଆସିଛି ବୋଲି ପିଟିଶନରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?