ଇଣ୍ଡିଗୋ ବିମାନ ‘6E 2014’ରେ ଦିଲ୍ଲୀରୁ ଫେରିଥିଲେ ତୃତୀୟ କରୋନା ଆକ୍ରାନ୍ତ; ପରିବାର ସହ କର କ୍ଲିନିକ୍‌, ବିମାନ କର୍ମଚାରୀ କ୍ୱାରେଣ୍ଟାଇନ୍‌ରେ ରୁହନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି। ମାର୍ଚ୍ଚ ୭ରେ ସେ ଦିଲ୍ଲୀ ଯାଇଥିଲେ। ସେଠାରେ କିଛି ଦିନ ରହଣୀ କାଳରେ ସେ ହରିୟାଣା ରିଓ୍ବାଡା ଯାଇଥିଲେ। ସେଠାରୁ ଇଣ୍ଡିଗୋ ବିମାନ ‘6E 2014’ ଯୋଗେ ସ୍ତ୍ରୀ ଓ ଝିଅଙ୍କ ସହ ୧୦ ତାରିଖରେ ଭୁବନେଶ୍ୱର ଫେରିଥିଲେ। ମାର୍ଚ୍ଚ ୧୩ ତାରିଖରେ ସମ୍ପୃକ୍ତ ବ୍ୟକ୍ତି ଅସୁସ୍ଥ ଅନୁଭବ କରିଥିଲେ। ମାର୍ଚ୍ଚ ୧୬ରେ ବିଧାନସଭା ଡିସ୍‌ପେନ୍‌ସାରିକୁ ଚିକିତ୍ସା ପାଇଁ ଯାଇଥିଲେ। ଚିକିତ୍ସା ସତ୍ତ୍ୱେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ମାର୍ଚ୍ଚ ୨୧ରେ ସେ କର କ୍ଲିନିକ୍‌ ଯାଇଥିବା ବେଳେ ୨୩ରେ ନିମୋନିଆ ପାଇଁ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ୨୪ରେ ସେଠାରୁ ଡିସ୍‌ଚାର୍ଜ ହେବା ପରେ ୨୫ରେ କ୍ୟାପିଟାଲ ହସ୍‌ପିଟାଲ ଯାଇଥିଲେ। ୨୫ରେ ତାଙ୍କ ନମୂନା ପରୀକ୍ଷା ପାଇଁ ପଠାଯାଇଥିଲା। ଗୁରୁବାର ରାତିରେ ଉକ୍ତ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ବୋଲି ଜଣାପଡ଼ିଛି ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ବିସ୍ତୃତ ସୂଚନା ଦେଇ କହିଛନ୍ତି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଠାବ କରିବା ପ୍ରକ୍ରିୟା ଜାରି ରହିଛି। ବ୍ୟକ୍ତିଙ୍କ ସ୍ତ୍ରୀ, ଝିଅ ଓ ଡ୍ରାଇଭରଙ୍କୁ ଆଇସୋଲେସନରେ ରଖାଯାଇଛି। କର କ୍ଲିନିକ୍‌ ଓ ବିମାନରେ ଉକ୍ତ ଦିନ ଥିବା ସମସ୍ତେ କ୍ୱାରେଣ୍ଟାଇନ୍‌ରେ ରୁହନ୍ତୁ। ୧୦୪କୁ ଫୋନ କରି ଆବଶ୍ୟକ ପରାମର୍ଶ ନେଇ କ୍ୱାରେଣ୍ଟାଇନ୍‌ରେ ରୁହନ୍ତୁ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri