Posted inଖେଳ

ଇଣ୍ଡିଜ ଗସ୍ତରୁ ବାଦ୍‌ ପଡ଼ିପାରନ୍ତି କୋହଲି, ବୁମରା

ନୂଆଦିଲ୍ଲୀ,୧୨।୭- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ପେସର ଯଶପ୍ରୀତ ବୁମରାଙ୍କୁ ସମ୍ଭବତଃ ସମ୍ପୂର୍ଣ୍ଣ ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ବିଶ୍ରାମ ଦିଆଯାଇପାରେ। ଅଗଷ୍ଟ ୩ ତାରିଖଠାରୁ ଆରମ୍ଭ ହେବାକୁ ଥିବା ଗସ୍ତରେ ଭାରତୀୟ ଦଳ ୩ ଲେଖାଏ ଟି୨୦ ଓ ଦିନିକିଆ ପରେ ଦୁଇ ଟେଷ୍ଟ ମ୍ୟାଚ୍‌ ଖେଳିବ। ଟେଷ୍ଟ ସିରିଜ୍‌ ଆଇସିସି ଟେଷ୍ଟ ଚାମ୍ପିୟନଶିପ୍‌ର ଅଂଶବିଶେଷ, ଯାହାକି ୨୦୧୯ରୁ ୨୧ ପର୍ଯ୍ୟନ୍ତ ଖେଳାଯିବ। ଏହାର ଫାଇନାଲ ୨୦୨୧ରେ ଇଂଲଣ୍ଡଠାରେ ହେବ। କୋହଲି ଓ ବୁମରା ଗତ ଏକ ବର୍ଷ ହେଲା କ୍ରମାଗତ କ୍ରିକେଟ ଖେଳିଆସୁଛନ୍ତି। ଦେଶର ଦୁଇ ଶ୍ରେଷ୍ଠ କ୍ରିକେଟରଙ୍କୁ ଲମ୍ବା ଘରୋଇ ସିଜନ ଲାଗି ଆହତ ସମସ୍ୟାରୁ ଦୂରେଇ ରଖିବା ପାଇଁ ଚୟନ କମିଟି ବିଶ୍ରାମ ଦେଇପାରେ। କୋହଲିଙ୍କ ଅନୁପସ୍ଥିତିରେ ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଟେଷ୍ଟ ଫର୍ମାଟରେ ଦଳର ନେତୃତ୍ୱ ନେବେ। ସେହିଭଳି ଦିନିକିଆ ଓ ଟି୨୦ରେ ରୋହିତ ଶର୍ମା ଅଧିନାୟକ ଦାୟିତ୍ୱ ତୁଲାଇବେ। ଜାତୀୟ ଚୟନ କମିଟି ଖୁବ୍‌ ଶୀଘ୍ର ଓ୍ବେଷ୍ଟଇଣ୍ଡିଜ ଗସ୍ତ ଲାଗି ବୈଠକ ଆୟୋଜନ କରିିବ। ପୂର୍ବରୁ କୋହଲି ଓ ବୁମରାଙ୍କୁ ଦିନିକିଆ ଓ ଟି୨୦ ଫର୍ମାଟରୁ ବିଶ୍ରାମ ଦିଆଯିବା ନେଇ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri