ଇଣ୍ଡିପେଣ୍ଡେଣ୍ଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ : କୋମନା, ନୂଆପଡା ମଧ୍ୟରେ ଫାଇନାଲ ମ୍ୟାଚ୍‌

କୋମନା,୨୫।୮(ଡି.ଏନ.ଏ.)
ନୂଆପଡା ଜିଲା କୋମନା ବ୍ଲକ ତରବୋଡସ୍ଥିତ ରାଜିବ ଗାନ୍ଧୀ ମିନି ଷ୍ଟାଡିୟମରେ ଚାଲିଥିବା ଦ୍ୱାଦଶ ଇଣ୍ଡିପେଣ୍ଡେଣ୍ଟ କପ ଫୁଟବଲ ଟୁର୍ନାମେଣ୍ଟର ଦୁଇଟି ସେମି ଫାଇନାଲ ମ୍ୟାଚ୍‌ ଶେଷ ହୋଇଛି। ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କୋମନା ବିଜୟୀ ହୋଇ ଫାଇନାଲରେ ପ୍ରବେଶ କରିଛି। ଶନିବାର ପୂର୍ବାହ୍ନରେ ତରବୋଡ ଫୁଟବଲ ସଂଘ ପକ୍ଷରୁ ଆୟୋଜିତ ୨ୟ ସେମିଫାଇନାଲ ମ୍ୟାଚ୍‌ ନୂଆପଡା ଓ ଖରିଆର ରୋଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ ସମୟରେ ଉଭୟଙ୍କ ମଧ୍ୟରେ କଡା ମୁକାବିଲା ହୋଇ କେହି କାହାକୁ ଗୋଲ ଦେଇ ନ ଥିଲେ। ଫଳରେ ପେନାଲଟି ଶୁଟଆଉଟର ଆଶ୍ରୟ ନିଆଯାଇଥିଲା। ଏଥିରେ ନୂଆପଡା ଦଳ ଖରିଆର ରୋଡ ଦଳକୁ ୫-୪ ଗୋଲରେ ହରାଇ ଫାଇନାଲକୁ ଉନ୍ନୀତ ହୋଇଛି। କୋମନା ବ୍ଲକ ଚ୍ୟାରମେନ ମନୋଜ କୁମାର ମିଶ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ନୂଆପଡା ଜିଲା ଯୁବ ବିଜେଡି ସଭାପତି ରାଜେଶ ନିଗମ, ଯୁବ ବିଜେଡି ସମ୍ପାଦକ ହରିଶ୍ଚନ୍ଦ୍ର ପଣ୍ଡା, କୋମନା ବ୍ଲକ ଯୁବ ବିଜେଡି ସଭାପତି ମୁରଲିଧର ଭୋଇ, ତରବୋଡ ସମିତି ସଭ୍ୟା ଦମୟନ୍ତି ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ସେମିଫାଇନାଲ ମ୍ୟାଚକୁ ହରିହର ସାହୁ, ବଳରାମ ସରାଫ, ଚଇତନ୍ୟ ମାଝି ଓ ଅମନ ଛତ୍ରିଆ ପରିଚାଳନା କରିଥିବା ବେଳେ ଭୋଜରାମ ଅହିର, ପରସରାମ ଅହିର ଏବଂ ଦୟାଲାଲ ଅହିର ଧାରାବିବରଣି ପ୍ରଦାନ କରିଥିଲେ। ଅନୁଷ୍ଠାନର ଆୟୋଜକ ସଭାପତି ଦୁଃଖଭଞ୍ଜନ ନାଏକ, ସମ୍ପାଦକ ଦୟାଲାଲ ଅହିର, ଉପସଭାପତି ଅଜୟ ଅହିର, ଉପଦେଷ୍ଟା ଭୋଜରାମ ଅହିର, ଅକ୍ଷୟ ଗହୀର, କୁମୁଦ ବନ୍‌ଛୋର, ଶୁକ୍ରୁ ଭୋଇ, ଅଜୟ ଗହିର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri