Posted inଖେଳ

ଇଣ୍ଡିପେଣ୍ଡେନ୍ସ କପ୍‌ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ: ଭାରତୀୟ ଦଳରେ ଓଡ଼ିଶାର ଆର୍ଯ୍ୟନ, ଆକାଶ, ରଞ୍ଜିତ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି)- ଉଜବେକିସ୍ତାନର ତାସକେଣ୍ଟଠାରେ ଚଳିତମାସ ୧୮ରୁ ୨୫ ପର୍ଯ୍ୟନ୍ତ ହେବାକୁଥିବା ୨୮ତମ ଇଣ୍ଡିପେଣ୍ଡେନ୍ସ କପ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ୩ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଆର୍ଯ୍ୟନ ବ୍ରାହ୍ମିନ ଏବଂ ପୁରୀର ରଣଜୀତ ମହାନ୍ତି ଓ ଆକାଶ କୁମାର ପଟ୍ଟନାୟକ। ପ୍ରତିଯୋଗିତାରେ ଭାଗ ନେବାପାଇଁ ଭାରତୀୟ ଦଳ ବୁଧବାର ଅମୃତସରରୁ ତାସକେଣ୍ଟ ଯାତ୍ରା କରିଛି। ପ୍ରକାଶ ଯୋଗ୍ୟ ଯେ, ଆର୍ଯ୍ୟନ ଓଡ଼ିଶାର ପ୍ରଥମ ଅନ୍ତର୍ଜାତୀୟ ହ୍ୟାଣ୍ଡବଲ ଖେଳାଳିଭାବେ ଗତ ୨ ବର୍ଷ ହେଲା ଭାରତୀୟ ଜୁନିୟର ଦଳରେ ସ୍ଥାନ ପାଇ ଆସୁଛନ୍ତି। ଆର୍ଯ୍ୟନଙ୍କ ସମେତ ଆକାଶ ଓ ରଣଜୀତ ପ୍ରଥମଥରପାଇଁ ସିନିୟର ସ୍ତରରେ ଅନ୍ତର୍ଜାତୀୟ ପଦାର୍ପଣ କରିଛନ୍ତି। ଗତ ୨୮ ତାରିଖରେ ଲକ୍ଷ୍ନୌଠାରେ ଭାରତୀୟ ହ୍ୟାଣ୍ଡବଲ ଦଳର ଚୟନ ଶିବିର ଅନୁଷ୍ଠିତ ହୋଇଥିଲା। ସେଥିରେ ଓଡ଼ିଶାର ଏହି ୩ ଖେଳାଳି ପ୍ରଭାବୀ ପ୍ରଦର୍ଶନ କରି ଚୟନକର୍ତ୍ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରାଜ୍ୟ କ୍ରୀଡ଼ା ଇତିହାସରେ ନୂତନ ଫର୍ଦ୍ଦ ସଂଯୋଗ କରିଥିବା ଏହି ୩ ଖେଳାଳିଙ୍କୁ ଓଡ଼ିଶା ହ୍ୟାଣ୍ଡବଲ ଆସୋସିଏଶନ ସଭାପତି ସୟଦ ମକବୁଲ ଅଲ୍ଲୀ ଓ ସମ୍ପାଦକ ବୀରେନ ବେହେରା ଶୁଭେଚ୍ଛା ଜଣାଇଛନ୍ତି।
ରଣଜୀତ ମହାନ୍ତି, ଆର୍ଯ୍ୟନ ବ୍ରାହ୍ମିନ ଓ ଆକାଶ କୁମାର ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri