Posted inଖେଳ

ଇଣ୍ଡିପେଣ୍ଡେସ୍‌ କପ୍‌ ହ୍ୟାଣ୍ଡବଲ୍‌ରେ ଭାରତକୁ ରୌପ୍ୟ

ଭୁବନେଶ୍ୱର, ୨୬।୯ (ସ୍ପୋଟର୍‌ସ ବ୍ୟୁରୋ)- ଉଜବେକିସ୍ତାନର ରାଜଧାନୀ ତାସ୍‌କେଣ୍ଟଠାରେ ଚଳିତ ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୨୮ତମ ଇଣ୍ଡିପେଣ୍ଡେସ୍‌ କପ୍‌ ହ୍ୟାଣ୍ଡବଲ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ଦଳ ରନର୍ସଅପ୍‌ ହୋଇ ରୌପ୍ୟ ପଦକ ହାସଲ କରିଛି। ଫାଇନାଲ ମ୍ୟାଚ୍‌ରେ ଭାରତ ଆୟୋଜକ ଉଜ୍‌ବେକିସ୍ତାନକୁ ଭେଟିଥିଲା। ଏଥିରେ ଉଜବେକିସ୍ତାନ ୩୦-୨୦ ଗୋଲ ବଳରେ ବିଜୟୀ ହୋଇ ଚାମ୍ପିୟନ ହୋଇଛି। ଏହି ମ୍ୟାଚ୍‌ ପୂର୍ବରୁ ଭାରତ ପ୍ରଥମ ମ୍ୟାଚ୍‌ରେ ଉଜବେକିସ୍ତାନକୁ ହରାଇଥିଲାପରବର୍ତ୍ତୀ ମ୍ୟାଚ୍‌ରେ କାଜାକସ୍ତାନ ନିକଟରୁ ପରାସ୍ତ ହୋଇଥିଲେ ମଧ୍ୟ ଫାଇନାଲରେ ପ୍ରବେଶ କରିଥିଲା। ଭାରତୀୟ ଦଳରେ ଓଡ଼ିଶାର ୩ ଖେଳାଳି ଆକାଶ ପଟ୍ଟନାୟକ, ଆର୍ଯ୍ୟାନ ବ୍ରାହ୍ମିନ ଓ ରଞ୍ଜିତ ମହାନ୍ତି ସ୍ଥାନ ପାଇଥିଲେ। ଓଡ଼ିଶାର ପ୍ରଥମ ସିନିୟର ଖେଳାଳିଭାବେ ଆକାଶ, ଆର୍ଯ୍ୟାନ ଓ ରଞ୍ଜିତ ଭାରତୀୟ ଦଳରୁ ପ୍ରତିନିଧିତ୍ୱ କରି ପଦକ ଜିତି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଛନ୍ତି। ଓଡ଼ିଆ ଖେଳାଳିଙ୍କ ଏହି ସଫଳତା ଲାଗି ଓଡ଼ିଶା ହ୍ୟାଣ୍ଡବଲ୍‌ ସଂଘର ସଭାପତି ସୟଦ ମକ୍‌ବୁଲ ଅଲ୍ଲୀ ଓ ସମ୍ପାଦକ ବିରେନ ବେହେରା ଏହି ୩ଜଣ ଖେଳାଳିଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri