Posted inଖେଳ

ଇଣ୍ଡୋନେସିଆ ମାଷ୍ଟର୍ସ, ସିନ୍ଧୁ ଆଗେଇଲେ: ସାଇନା, ଶ୍ରୀକାନ୍ତ ବିଦା

ଜାକର୍ତ୍ତା, ୧୫।୧(ପି.ଟି.): ବିଶ୍ୱ ବିଜୟିନୀ ପି.ଭି. ସିନ୍ଧୁ ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ସୁପର ୫୦୦ ଇଣ୍ଡୋନେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ଡିଫେଣ୍ଡିଂ ଚାମ୍ପିୟନ ସାଇନା ନେହ୍ବାଲ, ବି. ସାଇ ପ୍ରଣୀଥ୍‌, କିଡାମ୍ବୀ ଶ୍ରୀକାନ୍ତ ଓ ସମୀର ବର୍ମାଙ୍କୁ ନିରାଶ ହେବାକୁ ପଡ଼ିଛି। ପ୍ରଥମ ରାଉଣ୍ଡ ପରାଜୟ ସହ ଏହି ୪ ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି।
ହିଳା ସିଙ୍ଗଲ୍ସ ପ୍ରଥମ ରାଉଣ୍ଡ ମୁକାବିଲାରେ ୫ମ ସିଡ୍‌ ସିନ୍ଧୁ ୧୪-୨୧, ୨୧-୧୫, ୨୧-୧୧ରେ ଜାପାନର ଆୟା ଓହରଙ୍କୁ ପରାସ୍ତ କରିଛନ୍ତି। ଓହରଙ୍କ ବିପକ୍ଷରେ ସିନ୍ଧୁ ୧୦ଥର ଖେଳିଥିଲେ ହେଁ କେବେ ବି ପରାଜୟର ସାମ୍ନା କରିନାହାନ୍ତି। ଗତ ସପ୍ତାହରେ ଶେଷ ହୋଇଥିବା ମାଲେସିଆ ମାଷ୍ଟର୍ସରେ ମଧ୍ୟ ସିନ୍ଧୁ ଏହି ଜାପାନ ଖେଳାଳିଙ୍କୁ ପରାସ୍ତ କରିଥିଲେ। ଦ୍ୱିତୀୟ ରାଉଣ୍ଡରେ ସିନ୍ଧୁଙ୍କ ମୁକାବିଲା ଜାପାନର ସାୟାକା ତାକାହାଶିଙ୍କ ସହ ହେବ। ସାୟାକା ଅନ୍ୟ ଏକ ମୁକାବିଲାରେ ୧୯-୨୧, ୨୧-୧୩, ୨୧-୫ ଗେମ୍‌ରେ ଲଣ୍ଡନ ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜୟିନୀ ସାଇନାଙ୍କୁ ପରାସ୍ତ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ବିଶ୍ୱ ମାନ୍ୟତାର ଦ୍ୱାଦଶ ସ୍ଥାନରେ ରହିଥିବା ଶ୍ରୀକାନ୍ତ ୨୧-୧୮, ୧୨-୨୧, ୧୪-୨୧ ଗେମ୍‌ରେ ଘରୋଇ ଖେଳାଳି ଶେସର ହିରେନ ରୁସ୍ତାଭିଟୋଙ୍କ ନିକଟରୁ ହାରିଯାଇଛନ୍ତି। ଲଗାତର ୨ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରୁ ଶ୍ରୀକାନ୍ତ ବିଦାୟ ନେଇଛନ୍ତି। ଗତ ସପ୍ତାହରେ ଅନୁଷ୍ଠିତ ମାଲେସିଆ ମାଷ୍ଟର୍ସର ପ୍ରଥମ ରାଉଣ୍ଡରେ ମଧ୍ୟ ସେ ପରାସ୍ତ ହୋଇଥିଲେ। ପ୍ରଣୀଥ୍‌ ମଧ୍ୟ ମାଲେସିଆ ମାଷ୍ଟର୍ସ ପରି ଏଠାରେ ପ୍ରଥମ ରାଉଣ୍ଡରେ ପରାଜୟ ସାମ୍ନା କରିଛନ୍ତି। ସେ ୨୧-୧୬, ୧୮-୨୧, ୧୦-୨୧ରେ ଚାଇନାର ଶି ୟୁ କ୍ୱି’ଙ୍କଠାରୁ ହାରିଯାଇଛନ୍ତି। ସୌରଭ ମଧ୍ୟ ଅନ୍ୟତମ ଚାଇନା ଖେଳାଳି ଲୁ ଗୁଆଙ୍ଗ ଜୁ’ଙ୍କ ନିକଟରୁ ପରାସ୍ତ ହୋଇଛନ୍ତି। ମିକ୍ସଡ ଡବଲ୍ସରେ ଭାରତର ପ୍ରଣବ ଜେରୀ ଚୋପ୍ରା ଓ ସିକ୍କି ରେଡ୍ଡୀଙ୍କୁ ନିରାଶ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri