Posted inଜାତୀୟ

ଇତିହାସ ରଚିବ ଚନ୍ଦ୍ରୟାନ-୨: ଚନ୍ଦ୍ରରେ ପାଦ ଥାପିବ ବିକ୍ରମ

ନୂଆଦିଲ୍ଲୀ,୬ା୯(ପି.ଟି./ଆଇଏଏନ୍‌ଏସ୍‌): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୧ଟା ୪୩ ମିନିଟରେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାକୁ ଯାଉଛି। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବ। ସେଠାରେ ବିକ୍ରମଠାରୁ ରୋଭର ‘ପ୍ରଜ୍ଞାନ’ ଅଲଗା ହୋଇ ଜଳର ସନ୍ଧାନ କରିବା ସହ ଅନ୍ୟାନ୍ୟ ବିଷୟ ଉପରେ ଅନୁଧ୍ୟାନ କରିବ। ଭବିଷ୍ୟତରେ ଚନ୍ଦ୍ରକୁ ମଣିଷର ଯାତ୍ରାରେ ଏହା ସହାୟକ ହେବ। ଏଥିପାଇଁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚନ୍ଦ୍ରରେ ସୂକ୍ଷ୍ମ ଅବତରଣର ଶେଷ ୧୫ ମିନିଟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଯୋଜନା ଅନୁସାରେ ସବୁ କିଛି ଠିକ୍‌ ଚାଲିଛି ବୋଲି ଶୁକ୍ରବାର ଇସ୍ରୋ ଅଧ୍ୟକ୍ଷ କେ.ଶିବନ୍‌ ସୂଚନା ଦେଇଛନ୍ତି। ଚନ୍ଦ୍ରର ଦକ୍ଷିଣ ମେରୁକୁ ପୂର୍ବରୁ କୌଣସି ଦେଶର ଯାନ ସ୍ପର୍ଶ କରି ନ ଥିବାରୁ ସଦ୍ୟ ମିଶନ ସଫଳ ହେଲେ ମହାକାଶ ଗବେଷଣା କ୍ଷେତ୍ରରେ ଭାରତ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ। ଏହି ବହୁ ପ୍ରତୀକ୍ଷିତ ମୁହୂର୍ତ୍ତକୁ କେବଳ ଭାରତ ନୁହେଁ, ବରଂ ସାରା ବିଶ୍ୱ ଉତ୍କଣ୍ଠାର ସହିତ ଅପେକ୍ଷା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିଭି ଚ୍ୟାନେଲଗୁଡ଼ିକରେ ଏହାର ସିଧାପ୍ରସାରଣକୁ ଦେଖିବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। କର୍ନାଟକର ବେଙ୍ଗାଲୁରୁସ୍ଥିତ ଇସ୍ରୋ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ସହ ଭାରତର ବିଭିନ୍ନ ସ୍ଥାନରୁ ଆସିଥିବା ୭୦ ଛାତ୍ରୀଛାତ୍ର ମଧ୍ୟ ଏହି ଐତିହାସିକ କାର୍ଯ୍ୟକ୍ରମର ସିଧାପ୍ରସାରଣ ଦେଖି ବିରଳ ଅନୁଭୂତି ସାଉଣ୍ଟିବେ।
୨୦୦୮ ଅକ୍ଟୋବର ୨୨ରେ ଭାରତର ପ୍ରଥମ ଚନ୍ଦ୍ର ମିଶନ ଚନ୍ଦ୍ରଯାନ-୧ର ଉତ୍‌କ୍ଷେପଣ କରାଯାଇଥିଲା। ପ୍ରଥମ ଚନ୍ଦ୍ର ମିଶନର ଅଧୁରା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବା ପାଇଁ ଏହାର ପ୍ରାୟ ୧୧ ବର୍ଷ ପରେ ଗତ ଜୁଲାଇ ୨୨ ଅପରାହ୍ନ ୨ଟା ୪୩ରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ବନ ମହାକାଶ କେନ୍ଦ୍ରରୁ ଜିଏସ୍‌ଏଲ୍‌ଭି ଏମ୍‌କେ ତୃତୀୟରୁ ଚନ୍ଦ୍ରୟାନ-୨ ଲଞ୍ଚ୍‌ କରାଯାଇଥିଲା। ଚନ୍ଦ୍ରୟାନ-୨ରେ ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏକ ଲୁନାର୍‌ ଅର୍ବିଟର, ଲ୍ୟାଣ୍ଡର ଓ ଲୁନାର ରୋଭର ରହିଛି। ଚନ୍ଦ୍ରରେ ଅବସ୍ଥିତି ଚିହ୍ନଟ କରି ଜଳର ସନ୍ଧାନ କରିବା ହେଉଛି ଏହି ମିଶନର ଉଦ୍ଦେଶ୍ୟ। ଶୁକ୍ରବାର ରାତିରେ ଲ୍ୟାଣ୍ଡର ‘ବିକ୍ରମ’ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବା ପରେ ତା’ଠାରୁ ରୋଭର ‘ପ୍ରଜ୍ଞାନ’ ଅଲଗା ହେବ। ଚନ୍ଦ୍ରପୃଷ୍ଠରେ ୧୪ ଦିନ (ଚନ୍ଦ୍ରର ଦିନେ) ପାଇଁ ଏହା ରାସାୟନିକ ବିଶ୍ଳେଷଣ କରିବ। ସେଠାରୁ ଚନ୍ଦ୍ରୟାନ-୨ର ଅର୍ବିଟର ଓ ଲ୍ୟାଣ୍ଡର ଜରିଆରେ ପୃଥିବୀକୁ ତଥ୍ୟ ପ୍ରେରଣ କରିବ। ଅର୍ବିଟର ସେଠାରେ ବର୍ଷକ ପାଇଁ କାର୍ଯ୍ୟ କରିବ। ପୂର୍ବରୁ ଚନ୍ଦ୍ରପୃଷ୍ଠରେ ରୁଷିଆ, ଆମେରିକା ଓ ଚାଇନାର ମହାକାଶ ସଂସ୍ଥାଗୁଡ଼ିକର ଯାନ ସୂକ୍ଷ୍ମ ଅବତରଣ କରିଥିବାବେଳେ ଏହି କ୍ଷେତ୍ରରେ ଭାରତ ଚତୁର୍ଥ ରାଷ୍ଟ୍ର ହେବାକୁ ଯାଉଛି। ସେହିପରି ଚନ୍ଦ୍ରରେ ରୋବୋଟିକ୍‌ ରୋଭର କାର୍ଯ୍ୟ କରିବାରେ ଭାରତ ତୃତୀୟ ଦେଶର ମାନ୍ୟତା ଲାଭ କରିବ। କିନ୍ତୁ ପୂର୍ବରୁ ଯାଇଥିବା ସମସ୍ତ ଦେଶର ଚନ୍ଦ୍ରଯାନଗୁଡ଼ିକ ଉତ୍ତର ମେରୁରେ ଅବତରଣ କରିଥିଲେ। ଏବେ ଦକ୍ଷିଣ ମେରୁ ସ୍ପର୍ଶ କରିବାରେ ଭାରତ ପ୍ରଥମ ରାଷ୍ଟ୍ର ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri