Posted inଖେଳ

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆଇପିଏଲ ୨୦୨୪ର ୯ମ ମ୍ୟାଚ ଖେଳାଯାଉଛି । ଆଉ ଏହି ମ୍ୟାଚ ପାଇଁ ପଡ଼ିଆରେ ପ୍ରବେଶ କରିବା ମାତ୍ରେ ଦିଲ୍ଲୀ ଅଧିନାୟକ ରିଷଭ ପନ୍ତ ତାଙ୍କ ନାମରେ ଏକ ବିଶେଷ ସଫଳତା ହାସଲ କରିଛନ୍ତି। ସେ ବର୍ତ୍ତମାନ ଆଇପିଏଲରେ ଡିସି ପାଇଁ ୧୦୦ଟି ମ୍ୟାଚ ଖେଳି ଇତିହାସର ପ୍ରଥମ ଖେଳାଳି ହୋଇଛନ୍ତି। ଆଇପିଏଲରେ ଗୋଟିଏ ଦଳ ପାଇଁ ୧୦୦ ଟି ମ୍ୟାଚ ପୂରଣ କରିବାରେ ସେ ସପ୍ତମ ଖେଳାଳି ହୋଇପାରିଛନ୍ତି।

ପନ୍ତ ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସର୍ବାଧିକ ଖେଳିଥିବା ଖେଳାଳି ହୋଇପାରିଛନ୍ତି। ଏ ପର୍ଯ୍ୟନ୍ତ ଏହି ରେକର୍ଡ ଅମିତ ମିଶ୍ରାଙ୍କ ନାମରେ ଥିଲା, ଯିଏ ୧୦ଟି ଅଲଗା ଅଲଗା ସିଜନରେ ଡିସି ପାଇଁ ମୋଟ ୯୯ଟି ମ୍ୟାଚ ଖେଳିଥିଲେ। ଶ୍ରେୟସ ଆୟର ମଧ୍ୟ ତାଙ୍କ କ୍ୟାରିୟରରେ ୭ ସିଜନ ଦିଲ୍ଲୀର ପ୍ରତିନିଧିତ୍ୱ କରିଛନ୍ତି, ଯେଉଁଥିରେ ସେ ମୋଟ ୮୭ଟି ମ୍ୟାଚ ଖେଳିଛନ୍ତି। ଦିଲ୍ଲୀ ପାଇଁ ଚତୁର୍ଥ ସର୍ବାଧିକ ମ୍ୟାଚ ଖେଳିଥିବା ଖେଳାଳି ହେଉଛନ୍ତି ଡେଭିଡ ୱାର୍ନର, ଯିଏ ଏହି ଫ୍ରାଞ୍ଚାଇଜ ପାଇଁ ୮୨ଟି ମ୍ୟାଚ ଖେଳିଛନ୍ତି। ଯଦିଓ ବିରେନ୍ଦର ସେହୱାଗ ଅବସର ନେଇଛନ୍ତି, ସେ ତାଙ୍କ ଆଇପିଏଲ କ୍ୟାରିୟରରେ ଡିସି ପାଇଁ ୭୯ଟି ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି...

ହାଇସ୍କୋରିଂ ମ୍ୟାଚ୍‌ରେ କ୍ୟାପିଟାଲ୍ସ ବିଜୟୀ

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଶନିବାର ଅନୁଷ୍ଠିତ ଡବଲ୍‌ ହେଡରର ହାଇସ୍କୋରିଂ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୧୦ ରନ୍‌ରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ...

ଆଇପିଏଲ୍‌ ୨୦୨୪ର ନୂଆ ହିରୋ ଶଶାଙ୍କ କିଏ? ୧୦୦ ଟେଷ୍ଟ ଖେଳିଥିବା କ୍ରିକେଟର ବି କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୪: ଆଇପିଏଲ୍‌ ୨୦୨୪କୁ ମିଳିଛି ନୂଆ ହିରୋ। ସେ କୌଣସି ବିଦେଶୀ ଖେଳାଳି ନୁହନ୍ତି ବରଂ ପଞ୍ଜାବ କିଙ୍ଗ୍ସର ଅନ୍‌କ୍ୟାପ୍ଡ ଖେଳାଳି ଶଶାଙ୍କ ସିଂ। ଶଶାଙ୍କଙ୍କୁ...

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri