Posted inଖେଳ

ଇନିଂସ ଘୋଷଣା କଲା ଭାରତ

ବିଶାଖାପାଟଣା,୩।୧୦: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳ ତା’ର ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୫୦୨ ରନ୍‌ କରିଥିବାବେଳେ ପ୍ରଥମ ଇନିଂସ ଘୋଷଣା କରିଛି। ପ୍ରଥମ ଦିନ ଭାରତୀୟ ଦଳ ତା’ର ଅସମାପ୍ତ ସ୍କୋର ୨୦୨/୦ରୁ ବ୍ୟାଟିଂ ଆରମ୍ଭ କରିଥିଲା। ଦୁଇ ଓପନର ରୋହିତ ଶର୍ମା ଓ ମୟଙ୍କ ଅଗ୍ରଓ୍ବାଲ ପୂର୍ବ ଦିନ ଭଳି ଗୁରୁବାର ମଧ୍ୟ ସତର୍କତା ସହ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୩୦୦ ଅତିକ୍ରମ କରାଇଥିଲେ। ୧୭୬ ରନ୍‌ କରିଥିବା ରୋହିତ କେଶବ ମହାରାଜଙ୍କ ବଲରେ କ୍ୱିଣ୍ଟନ ଡି’କକ୍‌ଙ୍କ ହାତରେ କ୍ୟାଚ୍‌ ହୋଇ ପ୍ୟାଭିଲିଅନ ଫେରିଥିଲେ। ତାଙ୍କ ପରେ ଅଗ୍ରଓ୍ବାଲ କ୍ୟାରିୟରର ପ୍ରଥମ ଦ୍ୱିଶତକ ଅର୍ଜନ କରିବା ପରେ ଡିନ ଏଲଗାରଙ୍କ ବଲରେ ଡାନେ ପିଟ୍‌ଙ୍କ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଆଉଟ୍‌ ହେବା ପୂର୍ବରୁ ଅଗ୍ରଓ୍ବାଲ ୩୭୧ ବଲର ସମ୍ମୁଖୀନ ହୋଇ ୨୧୫ ରନ୍‌ କରିଥିଲେ। ତାଙ୍କ ଇନିଂସରେ ୨୩ ଚୌକା ଓ ୬ ଛକା ସାମିଲ ଥିଲା। ଦୁଇ ଓପନର ଆଉଟ୍‌ ହେବା ପରେ ମଧ୍ୟକ୍ରମର କୌଣସି ବ୍ୟାଟ୍ସମ୍ୟାନ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ଚେତେଶ୍ୱର ପୂଜାରା ୬, ଅଧିନାୟକ ବିରାଟ କୋହଲି ୨୦, ଅଜିଙ୍କ୍ୟ ରାହାନେ ୧୫, ଅନୁମା ବିହାରୀ ୧୦ ଓ ରିଦ୍ଦିମାନ ଶାହ ୨୧ ରନ୍‌ କରି ଆଉଟ୍‌ ହୋଇଥିଲେ। ଫଳରେ ଭାରତୀୟ ଦଳ ୧୩୬ ଓଭର ଖେଳି ୭ ଉଇକେଟ ହରାଇ ୫୦୨ ରନ୍‌ କରିଥିବାବେଳେ କୋହଲି ଇନିଂସ ସମାପ୍ତି ଘୋଷଣା କରିଥିଲେ। ଭ୍ରମଣକାରୀ ଦଳ ପାଇଁ ମହାରାଜ ୩ ଉଇକେଟ ନେଇଥିବାବେଳେ ସେନୁରାନ ମୁଥୁସାମି, ଡିନ ଏଲଗାର, ବର୍ନନ ଫିଲାଣ୍ଡର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri