Posted inଖେଳ

ଇନିଂସ ଘୋଷଣା କଲା ଭାରତ

ବିଶାଖାପାଟଣା,୩।୧୦: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଦଳ ତା’ର ପ୍ରଥମ ଇନିଂସରେ ୭ ଉଇକେଟ ହରାଇ ୫୦୨ ରନ୍‌ କରିଥିବାବେଳେ ପ୍ରଥମ ଇନିଂସ ଘୋଷଣା କରିଛି। ଭାରତୀୟ ଦଳ ତା’ର ଅସମାପ୍ତ ସ୍କୋର ୨୦୨/୦ରୁ ବ୍ୟାଟିଂ ଆରମ୍ଭ କରିଥିଲା। ଦୁଇ ଓପନର ରୋହିତ ଶର୍ମା ଓ ମୟଙ୍କ ଅଗ୍ରଓ୍ବାଲ ପୂର୍ବ ଦିନ ଭଳି ଗୁରୁବାର ମଧ୍ୟ ସତର୍କତା ସହ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୩୦୦ ଅତିକ୍ରମ କରାଇଥିଲେ। ୧୭୬ ରନ୍‌ କରିଥିବା ରୋହିତ କେଶବ ମହାରାଜଙ୍କ ବଲରେ କ୍ୱିଣ୍ଟନ ଡି’କକ୍‌ଙ୍କ ହାତରେ କ୍ୟାଚ୍‌ ହୋଇ ପ୍ୟାଭିଲିଅନ ଫେରିଥିଲେ। ତାଙ୍କ ପରେ ଅଗ୍ରଓ୍ବାଲ କ୍ୟାରିୟରର ପ୍ରଥମ ଦ୍ୱିଶତକ ଅର୍ଜନ କରିବା ପରେ ଡିନ ଏଲଗାରଙ୍କ ବଲରେ ଡାନେ ପିଟ୍‌ଙ୍କ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଆଉଟ୍‌ ହେବା ପୂର୍ବରୁ ଅଗ୍ରଓ୍ବାଲ ୩୭୧ ବଲର ସମ୍ମୁଖୀନ ହୋଇ ୨୧୫ ରନ୍‌ କରିଥିଲେ। ତାଙ୍କ ଇନିଂସରେ ୨୩ ଚୌକା ଓ ୬ ଛକା ସାମିଲ ଥିଲା। ଦୁଇ ଓପନର ଆଉଟ୍‌ ହେବା ପରେ ମଧ୍ୟକ୍ରମର କୌଣସି ବ୍ୟାଟ୍ସମ୍ୟାନ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ଚେତେଶ୍ୱର ପୂଜାରା ୬, ଅଧିନାୟକ ବିରାଟ କୋହଲି ୨୦, ଅଜିଙ୍କ୍ୟ ରାହାନେ ୧୫, ଅନୁମା ବିହାରୀ ୧୦ ଓ ରିଦ୍ଦିମାନ ଶାହ ୨୧ ରନ୍‌ କରି ଆଉଟ୍‌ ହୋଇଥିଲେ। ଫଳରେ ଭାରତୀୟ ଦଳ ୧୩୬ ଓଭର ଖେଳି ୭ ଉଇକେଟ ହରାଇ ୫୦୨ ରନ୍‌ କରିଥିବାବେଳେ କୋହଲି ଇନିଂସ ସମାପ୍ତି ଘୋଷଣା କରିଥିଲେ। ଭ୍ରମଣକାରୀ ଦଳ ପାଇଁ ମହାରାଜ ୩ ଉଇକେଟ ନେଇଥିବାବେଳେ ସେନୁରାନ ମୁଥୁସାମି, ଡିନ ଏଲଗାର, ବର୍ନନ ଫିଲାଣ୍ଡର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri