Posted inଜାତୀୟ

ଇନ୍ଦିରାଙ୍କ ପଦାନୁସରଣ କରୁଛନ୍ତି ପ୍ରିୟଙ୍କା: ସୋସିଆଲ୍‌ ମିଡ଼ିଆରେ ଫଟୋ ଭାଇରାଲ

ଲକ୍ଷ୍ନୌ,୨୦।୭: ଜମି ବିବାଦରେ ଗୋଣ୍ଡ ଜନଜାତି ସମ୍ପ୍ରଦାୟର ୧୦ ଜଣ ମହିଳା-ପୁରୁଷଙ୍କ ମୃତ୍ୟୁ ଘଟିଛି। ଉତ୍ତରପ୍ରଦେଶ ସୋନଭଦ୍ର ଜିଲାରେ ଏଭଳି ଘଟଣା ଘଟିଛି। ୩୨ଟି ଟ୍ରାକ୍ଟରରେ ୩ଶହ ଲୋକ ଆସି ଏହି କାଣ୍ଡ ଭିଆଇଥିବା କୁହାଯାଉଛି। ପୀଡ଼ିତ ପରିବାର ସଦସ୍ୟଙ୍କୁ ଭେଟିବାକୁ ଯାଉଥିବା କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ବାଟରେ ଅଟକ ରଖାଯାଇଥିଲା। ତେବେ ପ୍ରିୟଙ୍କା ରାସ୍ତାରେ ଧାରଣାରେ ବସିଥିଲେ। ପ୍ରିୟଙ୍କାଙ୍କ ଏହି ଫଟୋ ୧୯୭୭୯ ଅଗଷ୍ଟ ୧୩ରେ ରାସ୍ତାରେ ଧାରଣାରେ ବସିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଫଟୋ ସହ ମେଳ ଖାଉଛି। ଇନ୍ଦିରା ବିହାର ବେଲଚିରେ ହୋଇଥିବା ଏକ ହତ୍ୟାକାଣ୍ଡ ଘଟଣାରେ ପୀଡ଼ିତ ପରିବାରଙ୍କୁ ଭେଟିବାକୁ ଯାଇଥିଲେ। ଏହି ଘଟଣାରେ ୧୧ ଜଣଙ୍କୁ ହତ୍ୟା କରାଯାଇଥିଲା। ସେତେବେଳେ ଇନ୍ଦିରା କ୍ଷମତାରେ ନ ଥିଲେ। ସେତେବେଳେ ବିହାରରେ ବନ୍ୟା ହୋଇଥିବାରୁ ଇନ୍ଦିରା ହାତୀରେ ବସି ପୀଡ଼ିତଙ୍କୁ ଦେଖା କରିବାକୁ ଯାଇଥିଲେ। ସେ ସେଠାରେ ଧାରଣାରେ ବସିଥିଲେ ବୋଲି କୁହାଯାଉଛି। ଏହାପରେ ଇନ୍ଦିରା ପୁଣି ଥରେ କ୍ଷମତା ଦଖଲ କରିଥିଲେ। ଇନ୍ଦିରା ଏବଂ ପ୍ରିୟଙ୍କା ଧାରଣାରେ ବସି ଥିବା ଏହି ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରିୟଙ୍କା ଇନ୍ଦିରାଙ୍କ ପଦାନୁସରଣ କରୁଛନ୍ତି ବୋଲି ଲୋକେ କମେଣ୍ଟ ଦେବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri