Posted inରାଜ୍ୟ

ଇନ୍ଦିରା ଆବାସ, ବିଜୁ ପକ୍କାଘର ଯୋଜନାରେ ଘୋଟାଲା: ୮୩୬ କର୍ମଚାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଗତ ୨୦ବର୍ଷ ହେବ ବିଜେଡି ହାତରେ ରାଜ୍ୟ ଶାସନ ଭାର ରହିଛି। ଲୋକମାନଙ୍କୁ ସ୍ବଚ୍ଛ ଓ ଦୁର୍ନୀତିମୁକ୍ତ ଶାସନ ଦେବା ନେଇ ବିଜେଡି ବାହାବା ନେଉଛି। ୩-ଟି, ୫-ଟି ମନ୍ତ୍ର ନେଇ ବିଧାୟକଙ୍କଠାରୁ ଆରମ୍ଭ କରି ଅଫିସରଙ୍କ ପର୍ଯ୍ୟନ୍ତ ଲୋକମାନଙ୍କ ସେବା କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଉଛନ୍ତି। ମାତ୍ର ଏସବୁକୁ ସରକାରୀ ବାବୁମାନେ ତିଳେମାତ୍ର ଖାତିର କରୁନାହାନ୍ତି। ତୃଣମୂଳସ୍ତରରୁ ଉପର ଯାଏ ଦୁର୍ନୀତିର ଗନ୍ଧ ବାରି ହୋଇପଡ଼ିଛି। କେବଳ ପଞ୍ଚାୟତିରାଜ ବିଭାଗକୁ ଯଦି ଅନୁଧ୍ୟାନ କରାଯାଏ, ତେବେ ଦୁର୍ନୀତି କେଉଁ ସ୍ତରରେ ପହଞ୍ଚିଛି ତାହା ସହଜରେ ଅନୁମାନ କରାଯାଇପାରେ। ଗତ ୨ ବର୍ଷରେ ରାଜ୍ୟରେ ଇନ୍ଦିରାଆବାସ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଓ ବିଜୁ ପକ୍କା ଘର ଯୋଜନାରେ ଗରିବ ଲୋକଙ୍କୁ ଯୋଗାଇ ଦିଆଯାଉଥିବା ପକ୍କାଘରରେ ପୁଳାପୁଳା ଦୁର୍ନୀତି ହେଉଥିବା ପଦାକୁ ଆସିଛି। ଖୋଦ ସରକାର ମଧ୍ୟ ଏକଥା ସ୍ବୀକାର କରିଛନ୍ତି। କଂଗ୍ରେସ ସଦସ୍ୟ ସନ୍ତୋଷ ସିଂ ସାଲୁଜା ୨୦୧୭ରୁ ଆଜି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଇନ୍ଦିରା ଆବାସ ଯୋଜନା(ପିଏମ୍‌ଏଓ୍ବାଇ), ଧାନଖଳା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ଟିିଏଫ୍‌ସି, ଏଫ୍‌ଏଫ୍‌ସି ବହୁ ଦୁର୍ନୀତି ଅଭିଯୋଗ ହୋଇଛି। ଆଜି ପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ନିଆ ନ ଯିବାର କାରଣ କ’ଣ ବୋଲି ପଚାରିଥିଲେ। ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ, ୨୦୧୭ରୁ ଏପର୍ଯ୍ୟନ୍ତ ଆଇଏଓ୍ବାଇ- ପିଏମ୍‌ଏଓ୍ବାଇ, ବିଜୁ ପକ୍କା ଘର ଯୋଜନାରେ ୮୩୬ଜଣ ଅଧିକାରୀ ଦୁର୍ନୀତିରେ ଜଡ଼ିତ ଅଛନ୍ତି। ସେମାନଙ୍କ ମଧ୍ୟରୁ ଯାଜପୁରରେ ସର୍ବାଧିକ ୧୬୨ଜଣ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ହୋଇଥିବା ବେଳେ ଅନୁଗୋଳ ୪୦, ବାଲେଶ୍ୱର ୨୪, ବରଗଡ଼ ୧୮, ଭଦ୍ରକ ୬୧, ଢେଙ୍କାନାଳ ୬୦, କନ୍ଧମାଳ ୫୯, ଖୋର୍ଦ୍ଧା ୪୬, ନବରଙ୍ଗପୁର ୮୯, ନୂଆପଡ଼ା ୮୧, ସମ୍ବଲପୁର ୩୩ ଏବଂ ସୁନ୍ଦରଗଡ଼ରେ ସର୍ବାଧିକ ୫୮ଜଣ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ହୋଇଛି। ସେମାନଙ୍କ ମଧ୍ୟରୁ ୨୨ଜଣ ସରକାରୀ କର୍ମଚାରୀଙ୍କୁ କାର୍ଯ୍ୟରୁ ଅନ୍ତର କରାଯାଇଥିବା ବେଳେ ୩୫ ଜଣଙ୍କ ବିରୋଧରେ ଡ୍ରାଫ୍ଟ ଚାର୍ଜ କରାଯାଇଛି। ସେହିପରି ୭୯ଜଣଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିବା ବେଳେ ୨୬୮ଜଣଙ୍କୁ କାର୍ଯ୍ୟରୁ କାହିଁକି ଅନ୍ତର କରା ନ ଯିବ ଏ ନେଇ କାରଣ ଦର୍ଶାଅ ଏବଂ ୪୩୨ଜଣଙ୍କୁ ଦୁର୍ନୀତି ଅଭିଯୋଗରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri