Posted inଖେଳ

ଇନ୍ଦୋର ଟେଷ୍ଟ: ବାଂଲାଦେଶ ଇନିଂସ ୧୫୦ରେ ସୀମିତ

ଇନ୍ଦୋର, ୧୪।୧୧ (ପି.ଟି.)- ଘରୋଇ ଭାରତ ବିପକ୍ଷରେ ଗୁରୁବାରଠାରୁ ସ୍ଥାନୀୟ ହୋଲ୍‌କାର କ୍ରିକେଟ୍‌ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ପ୍ରଥମ ଇନିଂସରେ ୧୫୦ ରନରେ ଅଲ୍‌ଆଉଟ୍‌ ହୋଇଯାଇଛି। ଏହି ମ୍ୟାଚ୍‌ରେ ବାଂଲାଦେଶ ଅଧିନାୟକ ମୋମିନୁଲ ହକ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ପାଇଁ ନିଷ୍ପତ୍ତି ନେଇଛନ୍ତି। ତେବେ ଭାରତୀୟ ବୋଲରଙ୍କ ମିଳିତ ସଫଳତା ବଳରେ ବାଂଲାଦେଶ ପ୍ରଥମ ଇନିଂସରେ ୫୮.୩ ଓଭରରେ ୧୫୦ ରନରେ ସୀମିତ ରହିଥିଲା। ଦଳ ପକ୍ଷରୁ ଅଧିନାୟକ ମୋମିନୁଲ ହକ୍‌ (୩୭ ରନ), ମୁସଫିକର ରହିମ (୪୩), ଲିଟନ ଦାସ (୨୧) ଓ ମହମ୍ମଦୁଲା (୧୦)ଙ୍କୁ ଛାଡ଼ିଦେଲେ ଅନ୍ୟକୌଣସି ବ୍ୟାଟ୍ସମ୍ୟାନ ୨ ଅଙ୍କ ବିଶିଷ୍ଟସ୍କୋର ସ୍ପର୍ଶ କରିପାରି ନାହାନ୍ତି। ଭାରତ ପକ୍ଷରୁ ମହମ୍ମଦ ସାମି ୩ ଏବଂ ଇଶାନ୍ତ ଶର୍ମା, ଉମେଶ ଯାଦବ ଓ ରବିଚନ୍ଦ୍ରନ ଅଶ୍ୱିନ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଏହି ମ୍ୟାଚ୍‌ ଲାଗି ଘରୋଇ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଦ୍ରୁତ ବୋଲର ଇଶାନ୍ତଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri