ଇନ୍ଦ୍ରଜାଲ

ମଣିଷ ଜୀବନରେ ଅନେକ ଘଟଣା ଘଟିଥାଏ। ବେଳେବେଳେ ସେହି ଘଟଣା ମଧ୍ୟରୁ କେତେକ ପରବର୍ତ୍ତୀ ସମୟରେ ସମସ୍ୟା ସୃଷ୍ଟି କରେ। ଆଉ ତାହାର ଆଶାତୀତ ଦଣ୍ଡ ଭୋଗିବାକୁ ମଧ୍ୟ ପଡ଼ିଥାଏ। ସେପରି ଏକ ରହସ୍ୟମୟ କାହାଣୀକୁ ଆଧାର କରି ନିର୍ମିତ ହୋଇଛି ନୂଆ ଓଡ଼ିଆ ସିନେମା ‘ଇନ୍ଦ୍ରଜାଲ’। ଆର୍‌. ଆର୍‌. ଇଭେଣ୍ଟ୍‌ସ ବ୍ୟାନର୍‌ରେ ଚିତ୍ରଟିର ପ୍ରଯୋଜନା କରିଛନ୍ତି ଓଲିଉଡ୍‌ର ଅନ୍ୟତମ ଆଗଧାଡ଼ିର ପ୍ରଯୋଜକ ରମେଶ ବାରିକ। ନିର୍ଦ୍ଦେଶନା ଦାୟିତ୍ୱ ତୁଲାଉଛନ୍ତି ପିନୁ ନାୟକ। ଅପରପକ୍ଷରେ ସଂଳାପ ରଚନା କରିଛନ୍ତି ଡ. ରଜନୀ ରଞ୍ଜନ। ଡ. ନିର୍ମଳ ନାୟକଙ୍କ ରଚିତ ଗୀତଗୁଡ଼ିକୁ ସ୍ବର ଦେଇଛନ୍ତି ଅଭିଜିତ ମଜୁମଦାର। ଏ ସମ୍ପର୍କରେ ପ୍ରଯୋଜକ ରମେଶ କହନ୍ତି, ‘ଇନ୍ଦ୍ରଜାଲର କାହାଣୀରେ ରହସ୍ୟ ଭରି ରହିଛି। ସବୁବେଳେ ମୁଁ ଭିନ୍ନଭିନ୍ନ କାହାଣୀକୁ ନେଇ ସିନେମା ନିର୍ମାଣ କରିଥାଏ। ଏହି ଫିଲ୍ମର ଦର୍ଶକ ଡିଫରେଣ୍ଟ ଚାର୍ମ ପାଇବେ ବୋଲି ଆଶା ରଖିଛି।’ ‘ଇନ୍ଦ୍ରଜାଲ’ର ମୁଖ୍ୟ ଭୂମିକାରେ ସମ୍ବିତ ଆଚାର୍ଯ୍ୟ ଅଭିନୟ କରୁଥିବା ବେଳେ ତାଙ୍କ ସହ ସ୍କ୍ରିନ୍‌ ସେୟାର କରିଛନ୍ତି ଦେବଜାନୀ। ଅନ୍ୟପକ୍ଷରେ ପ୍ରଦ୍ୟୁମ୍ନ ଲେଙ୍କା, ଟୋପି ମିଶ୍ର, ସୁଜିତ ପାଇକରାୟ, ମୁନମୁନ୍‌, ବନ୍ଦନା, ରାଜଲକ୍ଷ୍ମୀ, ମାନସ, କମଲ ଏବଂ ପୃଥ୍ବୀରାଜ ବିଭିନ୍ନ ଭୂମିକାରେ ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri