ଇନ୍ଦ୍ରଜିତ ମହାନ୍ତି ହେବେ ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ ଅଫିସ, ୩୧ା୮: ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ଏ. ରବୀନ୍ଦ୍ର ଭଟ୍ଟ ଖୁବ୍‌ଶୀଘ୍ର ସୁପ୍ରିମ୍‌କୋର୍ଟ ବିଚାରପତି ଭାବେ ଯୋଗଦେବେ। ଫଳରେ ରାଜସ୍ଥାନ ମୁଖ୍ୟ ବିଚାରପତିଙ୍କ ପଦ ଖାଲି ପଡ଼ିବ। ତେଣୁ ସୁପ୍ରିମକୋର୍ଟଙ୍କ କଲେଜିୟମ ଏହି ପଦବୀ ଲାଗି ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ତଥା ବର୍ତ୍ତମାନ ବମ୍ବେ ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍‌ ଇନ୍ଦ୍ରଜିତ ମହାନ୍ତିଙ୍କ ନାମ ସୁପାରିସ କରିଛନ୍ତି। ଏଥିପାଇଁ କେବଳ ରାଷ୍ଟ୍ରପତିଙ୍କ ମୋହର ଲାଗିବା ବାକି ରହିଛି। ବରିଷ୍ଠତା ଦୃଷ୍ଟିରୁ ତାଙ୍କ ନାମ ସୁପାରିସ କରାଯାଇଛି।
ସୂଚନାଯୋଗ୍ୟ ଓଡ଼ିଶାର ପ୍ରଖ୍ୟାତ ଆଇନଜୀବୀ ବାରିଷ୍ଟର ରଞ୍ଜିତ୍‌ ମହାନ୍ତିଙ୍କ ବଡ଼ପୁଅ ଜଷ୍ଟିସ ମହାନ୍ତି ୧୧ ନଭେମ୍ବର ୧୯୬୦ରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଅଧୀନ ଲ’ ସେଣ୍ଟରରୁ ଏଲ୍‌ଏଲ୍‌ବିରେ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହେବା ପରେ ଇଂଲଣ୍ଡର କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରୁ ଏଲ୍‌ଏଲ୍‌ଏମ୍‌ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୮୪ରେ ସେ ଓଡ଼ିଶା ଷ୍ଟେଟ୍‌ କାଉନ୍‌ସିଲର ସଦସ୍ୟ ଭାବେ ଯୋଗ ଦେଇଥିଲେ। ୩୧ ମାର୍ଚ୍ଚ ୨୦୦୬ରେ ସେ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୮ ନଭେମ୍ବର ୧୩ରେ ସେ ବମ୍ବେ ହାଇକୋର୍ଟରେ ବିଚାରପତି ଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri