‘ଇନ୍ଦ୍ରଧନୁ’ ପାଳିଲା କୁମାର ଉତ୍ସବ

ବାଲେଶ୍ୱର ଅଫିସ, ୧୫।୧୦-ବାଲେଶ୍ୱରର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ‘ଇନ୍ଦ୍ରଧନୁ’ ପକ୍ଷରୁ ୬୧ତମ କୁମାର ଉତ୍ସବ ଟାଉନହଲ୍‌ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ଦ୍ୱାରା କୁମାର ପୂର୍ଣ୍ଣମୀ ସଙ୍ଗୀତ ଓ ନୃତ୍ୟ ପରିବେଷଣ ସହିତ ଅନୁଷ୍ଠାନ ପକ୍ଷରୁ ମଞ୍ଚସ୍ଥ କରାଯାଇଥିବା ହାସ୍ୟରସାମତ୍କ ନାଟକ ‘ଭଲକଥା’ ଦର୍ଶକମାନଙ୍କୁ ବାନ୍ଧି ରଖିଥିଲା।

ମୁଖ୍ୟଅତିଥି ଭାବେ ବିଶିଷ୍ଟ ଶିଳ୍ପଦ୍ୟୋଗୀ ହିମାଂଶୁ ଦାସ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଅନୁଷ୍ଠାନ ମାଧ୍ୟମରେ ପରମ୍ପରା ବଞ୍ଚତ୍ ରହିଥିବା ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବରେ ଉପଜିଲାପାଳ ନୀଲୁ ମହାପାତ୍ର, ସାମାଜିକ କର୍ମୀ ସୁବାସିନୀ ଜେନା ଯୋଗଦେଇ ପ୍ରାଚୀନ ପରମ୍ପରା ବିଲୁପ୍ତ ହେବାକୁ ବସିଥିବା ବେଳେ ଇନ୍ଦ୍ରଧନୁ ସାଂସ୍କୃତିକ ଅନୁଷ୍ଠାନ ଏହାକୁ ୬୧ବର୍ଷ ଧରି ବଞ୍ଚାଇ ରଖିଥିବାରୁ କର୍ମକର୍ତ୍ତାମାନଙ୍କୁ ସାଧୁବାଦ ଜଣାଇଥିଲେ। ଅନୁଷ୍ଠାନ ସଭାପତି ଇଂ. ପ୍ରଶାନ୍ତ ଦତ୍ତଙ୍କ ପୌରୋହିତ୍ୟରେ ସଭା ଅନୁଷ୍ଠିତ ହୋଇଥିଲା। ସମ୍ପାଦକ ବ୍ରହ୍ମ ରଥ ପ୍ରାକ୍‌ କଥା ରଖିଥିବା େବେଳ ସଦସ୍ୟ ହରେନ୍‌ ରଣା ଶେଷ କଥା ରଖିଥିଲେ। ଏହି ଅବସରରେ ନୃତ୍ୟ ସଙ୍ଗୀତ କଳାମନ୍ଦିରର ଛାତ୍ରୀଛାତ୍ରମାନେ କୁମାର ପୂର୍ଣ୍ଣମୀ ଉପରେ ରଚିତ ନୃତ୍ୟ ଓ ଗୀତ ପରିବେଷଣ କରିଥିଲେ। ୮୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଗୁରୁ ପୂର୍ଣ୍ଣିମା ବାରିକ ଓ ସୁବର୍ଣ୍ଣରେଖା ମହାପାତ୍ରଙ୍କ ନିର୍ଦ୍ଦେଶନାରେ ‘କୁମାର ପୁନେଇ ରଜନୀରେ ଆଜି ଗୋ’ ଗୀତରେ ନୃତ୍ୟ ପରିବେଷଣ କରିଥିଲେ। ସେହିଭଳି ୩୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁ ଭାସ୍କର ଚନ୍ଦ୍ର ଖିଲାରଙ୍କ ନିର୍ଦ୍ଦେଶନାରେ କୁମାର ପୂର୍ଣ୍ଣମୀ ସଙ୍ଗୀତ ଗାନ କରିଥିଲେ। ଏଥିରେ ଗୁରୁ ଭୁବନମହୋନ ପ୍ରଧାନ, ମନୋରଞ୍ଜନ ପଣ୍ଡା, ନନ୍ଦକିଶୋର ଦାସ ପ୍ରମୁଖ ସହଯୋଗ କରିଥିଲେ। ଏହି ଅବସରରେ ଅନୁଷ୍ଠାନର ପ୍ରତିଷ୍ଠାତା ସଦସ୍ୟ ଶରତ ଚନ୍ଦ୍ର ଦାଶଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଶେଷରେ ନାଟ୍ୟକାର ହେମେନ୍ଦ୍ର ମହାପାତ୍ରଙ୍କ ରଚିତ ତଥା ଅଜୟ ଆଚାର୍ଯ୍ୟଙ୍କ ନିର୍ଦ୍ଦେଶିତ ହାସ୍ୟରସାମତ୍କ ନାଟକ ‘ଭଲକଥା’ ମଞ୍ଚସ୍ଥ ହୋଇଥିଲା। ରତିକାନ୍ତ ମଲ୍ଲିକ, ଶ୍ୟାମରାୟ କର, ଅଜୟ ଆଚାର୍ଯ୍ୟ, ବ୍ରହ୍ମ ରଥ, ଆଶିଷ କର, ସ୍ମୃତି ଦାସ ଏଥିରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?