ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲିଲା

ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ୍‌.ଏ.) : ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ଇନ୍ଦ୍ରାବତୀସ୍ଥିତ ଦେଓପାଲି ବନ୍ଧର ୨ଟି ଗେଟ୍‌ ଗୁରୁବାର ଅପରାହ୍ନରେ ଖୋଲାଯାଇଛି। ଉଭୟ ଗେଟ୍‌ ଖୋଲାଯିବା ପୂର୍ବରୁ ଜଳଭଣ୍ଡାରର ଜଳ ପତ୍ତନ ୬୩୯. ୮୦ ମିଟର ରହିଥିଲା। ପ୍ରଥମେ ୬ ନଂ .ଗେଟ୍‌ ୨ ମିଟର ଖୋଲାଯାଇଥିବା ବେଳେ ପରେ ୨ ନଂ. ଗେଟ୍‌ ଦେଢ଼ ମିଟର ଖୋଲାଯାଇଥିଲା। ୬ ନଂ ଗେଟ୍‌ ଦେଇ ୧୮୦ ଘନମିଟର ଜଳ ନିଷ୍କାସିତ ହେଉଛି। ସର୍ବୋଚ୍ଚ ଯନ୍ତ୍ରୀ (୨) ଲମ୍ବୋଦର ପ୍ରଧାନଙ୍କ ଉପସ୍ଥିତିରେ ଗେଟ୍‌ ଖୋଲାଯାଇଥିଲା। ଏହି ସମୟରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଇଂ ଗୋପାଳ ଚନ୍ଦ୍ର ଦାସ, ଏସିସି ଲମ୍ବୋଦର ପୁହାଣ, ପୋଡ଼ାଗଡ଼ ବନ୍ଧ ନିର୍ବାହୀ ଯନ୍ତ୍ରୀ ସାମନ୍ତ ଶେଖର ଧଳ, ସହକାରୀ ଯନ୍ତ୍ରୀ ସୋମନାଥ ମହାରଣା, ଇଂ ନିରାକାର ପାଇକ, ଇଂ ଶ୍ରୀନିବାସ ପାତ୍ର, ଇଂ ବାଲାଜୀ ପାତ୍ର, ଇଂ ବିକ୍ରମ ମହାପାତ୍ର, ଇଂ ସରୋଜ କାନ୍ତ ଦାସ, ବୈଷ୍ଣବ ସାହୁ, କିଶୋର ପଣ୍ଡା, ମନୋଜ କୁମାରଙ୍କ ସମେତ ଶତାଧିକ କର୍ମଚାରୀ ଉପସ୍ଥିତ ଥିଲେ। ଜଳଭଣ୍ଡାର ମଧ୍ୟକୁ ୨୫୪.୯୫ ଘନମିଟର ଜଳ ପ୍ରବେଶ କରୁଛି। ଗେଟ୍‌ ଖୋଲାଯିବା ପରେ ଜିଲାପାଳ ଅଜିତ୍‌ କୁମାର ମିଶ୍ର, ବିଡିଓ ଅକ୍ଷମିତା କାର୍ତ୍ତିକ, ତେନ୍ତୁଳିଖୁଣ୍ଟି ତହସିଲଦାର ପ୍ରଦୀପ କର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?