ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି ା ଫଳରେ ଧାନ ଫସଲ ନଷ୍ଟ ହେବା ଆଶଙ୍କା ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ବ୍ଲକ ପଣ୍ଡରାପଲାଠାରେ ଦୁର୍ବଳ ହିଡ଼ (ବନ୍ଦ) ଯୋଗୁ ବୁଧବାର ମଧ୍ୟାହ୍ନରେ ହଠାତ୍ ଦକ୍ଷିଣ ମୁଖ୍ୟ କେନାଲରେ ପ୍ରାୟ ୧୦ରୁ ୧୫ ଫୁଟର ଘାଇ ସୃଷ୍ଟି ହୋଇଥିଲା। ସେହି ଘାଇ ଦେଇ କେନାଲ ପାଣି ନିକଟସ୍ଥ ଚାଷ ଜମିକୁ ମାଡ଼ି ଯିବାରୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି। ଫଳରେ ସେଠାରେ ରୁଆ ହୋଇଥିବା ଧାନ ଫସଲ ନଷ୍ଟ ହୋଇଛି ବୋଲି ସ୍ଥାନୀୟ ଚାଷୀମାନେ କହିଛନ୍ତି। ଘାଇ ହେବା ଜାଣିବା ପରେ ବିଭାଗୀୟ କର୍ତ୍ତୃପକ୍ଷ ମଙ୍ଗଲପୁର ବ୍ୟାରେଜର ଦକ୍ଷିଣ ମୁଖ୍ୟ କେନାଲର ଏଚ୍ଆର ଗେଟ୍କୁ ବନ୍ଦ କରି ଦେଇଛନ୍ତି। ସେହିପରି କେନାଲ ଉପର ମୁଣ୍ଡରେ ଥିବା ୫ଟି ଏସ୍କେବି ଗେଟ୍କୁ ଖୋଲାଯାଇଥିବାରୁ ରାତି ସୁଦ୍ଧା ଜଳସ୍ରୋତ କମିବ ବୋଲି ଜଣାପଡିଛି। ଏଥିଯୋଗୁ ପଣ୍ଡରାପାଲି ଗ୍ରାମର ମେଦୁ ମାଝି, ପ୍ରଶାନ୍ତ ମାଝି, ନବୀନ ମାଝି, ସନ୍ଥ ମାଝି, ପ୍ରଭାକର ମାଝି, ସୁମନ୍ତ ପଟେଲ, ଚକ୍ର ନାଏକ, ନେତ୍ର ମାଝି ପ୍ରମୁଖ ଚାଷୀଙ୍କ ଧାନ ଫସଲ ନଷ୍ଟ ହୋଇଥିବା ଅଭିଯୋଗ କରିଛନ୍ତି। ତୁରନ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ କରି ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।
ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ; ଶତାଧିକ ଏକର ଚାଷ ଜମି ଜଳମଗ୍ନ
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
Archives


