ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ; ଶତାଧିକ ଏକର ଚାଷ ଜମି ଜଳମଗ୍ନ

ଜୁନାଗଡ,୨୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମୁଣ୍ଡରାଗୁଡା ପଞ୍ଚାୟତ ପଣ୍ଡରାପଲାରେ ବୁଧବାର ମଧ୍ୟାହ୍ନରେ ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ ସୃଷ୍ଟି ହୋଇଛି। ଏଥିଯୋଗୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି ା ଫଳରେ ଧାନ ଫସଲ ନଷ୍ଟ ହେବା ଆଶଙ୍କା ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ଜୁନାଗଡ଼ ବ୍ଲକ ପଣ୍ଡରାପଲାଠାରେ ଦୁର୍ବଳ ହିଡ଼ (ବନ୍ଦ) ଯୋଗୁ ବୁଧବାର ମଧ୍ୟାହ୍ନରେ ହଠାତ୍‌ ଦକ୍ଷିଣ ମୁଖ୍ୟ କେନାଲରେ ପ୍ରାୟ ୧୦ରୁ ୧୫ ଫୁଟର ଘାଇ ସୃଷ୍ଟି ହୋଇଥିଲା। ସେହି ଘାଇ ଦେଇ କେନାଲ ପାଣି ନିକଟସ୍ଥ ଚାଷ ଜମିକୁ ମାଡ଼ି ଯିବାରୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଛି। ଫଳରେ ସେଠାରେ ରୁଆ ହୋଇଥିବା ଧାନ ଫସଲ ନଷ୍ଟ ହୋଇଛି ବୋଲି ସ୍ଥାନୀୟ ଚାଷୀମାନେ କହିଛନ୍ତି। ଘାଇ ହେବା ଜାଣିବା ପରେ ବିଭାଗୀୟ କର୍ତ୍ତୃପକ୍ଷ ମଙ୍ଗଲପୁର ବ୍ୟାରେଜର ଦକ୍ଷିଣ ମୁଖ୍ୟ କେନାଲର ଏଚ୍‌ଆର ଗେଟ୍‌କୁ ବନ୍ଦ କରି ଦେଇଛନ୍ତି। ସେହିପରି କେନାଲ ଉପର ମୁଣ୍ଡରେ ଥିବା ୫ଟି ଏସ୍‌କେବି ଗେଟ୍‌କୁ ଖୋଲାଯାଇଥିବାରୁ ରାତି ସୁଦ୍ଧା ଜଳସ୍ରୋତ କମିବ ବୋଲି ଜଣାପଡିଛି। ଏଥିଯୋଗୁ ପଣ୍ଡରାପାଲି ଗ୍ରାମର ମେଦୁ ମାଝି, ପ୍ରଶାନ୍ତ ମାଝି, ନବୀନ ମାଝି, ସନ୍ଥ ମାଝି, ପ୍ରଭାକର ମାଝି, ସୁମନ୍ତ ପଟେଲ, ଚକ୍ର ନାଏକ, ନେତ୍ର ମାଝି ପ୍ରମୁଖ ଚାଷୀଙ୍କ ଧାନ ଫସଲ ନଷ୍ଟ ହୋଇଥିବା ଅଭିଯୋଗ କରିଛନ୍ତି। ତୁରନ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ କରି ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri