ଇବ୍‌ ନଦୀକୁ ଖସିଲା ହାଇୱା: ୨ ନିଖୋଜ

ଲଖନପୁର,୮।୯(ଡି.ଏନ.ଏ)-ଝାରସୁଗୁଡା ଜିଲା ବନହରପାଲି ଥାନା ରମ୍ପେଲା ବ୍ରିଜ ଉପରୁ ମଙ୍ଗଳବାର ଏକ ହାଇଓ୍ବା (ନଂ.ଓଡି ୨୩କେ୧୫୪୭) ଭାରସାମ୍ୟ ହରାଇ ଇବ ନଦୀକୁ ଖସିପଡିଛି। ଫଳରେ ହାଇଓ୍ବାଟି ସମ୍ପୂର୍ଣ୍ଣ ନଦୀରେ ବୁଡିଯାଇଛି। ସମ୍ବଲପୁର ରେଙ୍ଗାଲିରୁ କୁମ୍ଭାରବନ୍ଧ ଅଭିମୁଖେ ହାଇଓ୍ବାଟି ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରୁ ଗାଡି ଚାଳକ ଆଦିତ୍ୟ ସାହୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାକୁ ଉଦ୍ଧାର କରାଯାଇ ଝାରସୁଗୁଡା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ଗାଡିରେ ଥିବା ୨ ଯୁବକଙ୍କ ପତ୍ତା ଖବର ଲେଖା ହେବା ସୁଦ୍ଧା ମିଳିପାରିନାହିଁ। ଖବରପାଇ ଝାରସୁଗୁଡା ଓଡ୍ରାଫ ଟିମ, ଝାରସୁଗୁଡା, ଲଖନପୁର ଓ ଇବ ଥର୍ମାଲ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଲଖନପୁର ତହସିଲଦାର ବିଶ୍ବକେଶନ ପାଣ୍ଡେ, ବ୍ରଜରାଜନଗର ଏସଡିପିଓ ଦିଲୀପ ଦାସ, ବନହରପାଲି ଥାନା ଆଇଆଇସି ପ୍ରଶାନ୍ତ ମେହେର ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?