Posted inଜାତୀୟ

ଇଭିଏମ୍‌ରେ ଭାଗ୍ୟ, ୧୧କୁ ଅପେକ୍ଷା: ଦିଲ୍ଲୀରେ ୬୧.୪୬% ମତଦାନ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଶନିବାର ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯାଇଥିବାବେଳେ ୧.୪୭ କୋଟି ଭୋଟରଙ୍କ ମଧ୍ୟରୁ ୬୧.୪୬% ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିଛନ୍ତି। ଏଥିସହ ସହ ୬୭୨ ପ୍ରାର୍ଥୀଙ୍କ ଭାଗ୍ୟ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍‌)ରେ ସିଲ୍‌ ହୋଇଯାଇଛି, ଯାହାକି ୧୧ ତାରିଖରେ ଫିଟିବ।
୨୦୧୫ରେ ଅନୁଷ୍ଠିତ ଦିଲ୍ଲୀ ବିଧାନସଭା ନିର୍ବାଚନରେ ୬୭.୫% ମତଦାନ ହୋଇଥିଲା।
ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)କୁ ୫୪.୩% ଭୋଟ ମିଳିଥିବାବେଳେ ଭାଜପା ୩୨% ଓ କଂଗ୍ରେସ ମାତ୍ର ୯.୬% ଭୋଟ ପାଇଥିଲେ। ଏଏପି ୬୭ ଆସନ ଦଖଲ କରି ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରିଥିଲା। ଭାଜପାକୁ ମାତ୍ର ୩ ଆସନରେ ସଫଳତା ମିଳିଥିବାବେଳେ କଂଗ୍ରେସ ଖାତା ଖୋଲିପାରି ନ ଥିଲା। ଏଥର ୧୧ଟି ଜିଲାର ୭୦ ଆସନରେ ୧,୪୭, ୮୬,୩୮୨ ଭୋଟରଙ୍କ ମଧ୍ୟରୁ ୬୧.୪୬% ମତଦାତା ଭୋଟ ଦେଇଛନ୍ତି। ମଇଦାନରେ ୬୭୨ ପ୍ରାର୍ଥୀ ଅବତୀର୍ଣ୍ଣ ହୋଇଥିଲେ। ସୁରୁଖୁରୁରେ ଭୋଟଗ୍ରହଣ କରାଇବା ପାଇଁ ୧୩,୭୫୦ ପୋଲିଂ ବୁଥ୍‌ର ବ୍ୟବସ୍ଥା କରାଯାଇଥିଲା। ଏହାବାଦ୍‌ ୨,୬୮୯ ସ୍ଥାନରେ ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି। ପ୍ରତ୍ୟେକ ଜିଲାର ଗୋଟିଏ ଲେଖାଏ ନିର୍ବାଚନ ମଣ୍ଡଳୀରେ ଅତ୍ୟାଧୁନିକ ଟେକ୍ନୋ ଲୋଜି ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri