ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ମାମଲା: ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୨୩।୭: ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲା ଖାରଜ ହୋଇଛି। ଉକ୍ତ ମାମଲାକୁ ବେଆଇନ ଦର୍ଶାଇ ଅଦାଲତ ଖାରଜ କରିଛନ୍ତି। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ମାମଲା ରୁଜୁ କରାଯିବ ବୋଲି ଆଡଭୋକେଟ ଅଶ୍ୱିନୀ କୁମାର ଦାସ କହିଛନ୍ତି। ପ୍ରକାଶଥାଉ କି, ସମୁଦାୟ ପୋଲିଂଠାରୁ ଅଧିକ ଭୋଟ ଇଭିଏମ୍‌ରୁ ବାହାରିଛି। ଏହାକୁ ଚ୍ୟାଲେଞ୍ଜ କରି ସୁବ୍ରତ କୁମାର ଛାଟୋଇ ନାମକ ବ୍ୟକ୍ତି ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଛାଟୋଇ ଦର୍ଶାଇଥିଲେ, କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ରରେ ୧ ଲକ୍ଷ ୮୨ହଜାର ୪୧୪ ଜଣ ଭୋଟର ମତଦାନ କରିଥିବା ବେଳେ ଇଭିଏମ୍‌ରୁ ୧ ଲକ୍ଷ ୯୧ହଜାର ୯୯ ଭୋଟ ବାହାରିଥିଲା। ତେଣୁ କିଭଳି ଭାବେ ସମୁଦାୟ ମତଦାନଠାରୁ ଇଭିଏମ୍‌ରୁ ଅଧିକ ଚିରକୁଟି ବାହାରିଲା ତାହାର ତଦନ୍ତ ଦାବି କରି ଛାଟୋଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଛାଟୋଇ ଦର୍ଶାଇଥିଲେ, ଏହାର ତଦନ୍ତ ସିବିଆଇ ଦ୍ୱାରା କରାଯାଉ। କିନ୍ତୁ ଛାଟୋଇଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଖାରଜ କରିବା ସମୟରେ ହାଇକୋର୍ଟ କହିଥିଲେ, ଛାଟୋଇଙ୍କ ଆବେଦନକୁ ନିର୍ବାଚନୀ ମାମଲା ଭାବେ ଗ୍ରହଣ କରାଯାଉ। କିନ୍ତୁ ଛାଟୋଇଙ୍କ ଓକିଲ ଆଡଭୋକେଟ ଅଶ୍ୱିନୀ ଦାସ ଏହାକୁ ବିରୋଧ କରିଥିଲେ। ଏହା ନିର୍ବାଚନୀ ମାମଲା ନୁହେଁ ବରଂ ଏହା ଗଣତନ୍ତ୍ର ପ୍ରତି ଏକ ଶକ୍ତ ଷଡ଼ଯନ୍ତ୍ର ବୋଲି ଆଡଭୋକେଟ ଦାସ ଯୁକ୍ତି ବାଢିଥିଲେ। କିନ୍ତୁ ହାଇକୋର୍ଟ ଆଡଭୋକେଟ ଦାସଙ୍କ ଯୁକ୍ତିକୁ ଗ୍ରହଣ କରି ନ ଥିଲେ। ଫଳରେ ଏହାକୁ ନେଇ ଆବେଦନକାରୀ ଛାଟୋଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ତାଙ୍କ ଓକିଲ ଆଡଭୋକେଟ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri