Posted inଖେଳ

ଇମାମ୍‌ ପାକିସ୍ତାନ ମହିଳା ଟିମ୍‌ କୋଚ: ମାହାରୁଫ ଅଧିନାୟିକା

କରାଚୀ,୧୪।୧୧(ପି.ଟି.)- ପୂର୍ବତନ ପ୍ରଥମଶ୍ରେଣୀ କ୍ରିକେଟର ଇକ୍‌ବାଲ ଇମାମ ପାକିସ୍ତାନ ଜାତୀୟ ମହିଳା କ୍ରିକେଟ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ ହୋଇଛନ୍ତି। ସେ ଅଷ୍ଟ୍ରେଲିଆରେ ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ। ସେହିପରି ଅଲରାଉଣ୍ଡର ବିସ୍‌ମା ମାହାରୁଫ୍‌ ଅଧିନାୟିକା ପଦ ବଜାର ରଖିଛନ୍ତି। ଅନ୍ତର୍ଜାତୀୟ ମହିଳା ଟି୨୦ ବିଶ୍ୱକପ୍‌ ଫେବୃୟାରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୮ ତାରିଖରେ ଶେଷ ହେବ। ବିଶ୍ୱକପ୍‌ ପୂର୍ବରୁ ପାକିସ୍ତାନ ମହିଳା ଦଳ କୁଆଲାଲମ୍ପୁରରେ ଇଂଲଣ୍ଡକୁ ଭେଟିବ। ଇଂଲଣ୍ଡ ଓ ପାକିସ୍ତାନ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବେ।
ନ୍ୟୁଜିଲାଣ୍ଡର ମାର୍କ କୋଲ୍ସ ଇସ୍ତଫା ଦେବା ପରେ ଇମାମଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ୧୦୫ଟି ଦିନିକିଆ ଖେଳିଥିବା ୨୮ ବର୍ଷୀୟା ମହାରୁଫ୍‌ ୧୦୩ଟି ଟି୨୦ ମ୍ୟାଚ୍‌ ମଧ୍ୟ ଖେଳିଛନ୍ତି। ୨୦୧୬ରେ ସେ ପାକିସ୍ତାନର ଟି୨୦ ଅଧିନାୟିକା ନିଯୁକ୍ତ ହୋଇଥିଲେ। ସେ ୧୫ ଦିନିକିଆ ଓ ୩୩ ଟି୨୦ ମ୍ୟାଚ୍‌ରେ ପାକିସ୍ତାନର ନେତୃତ୍ୱ ନେଇଛନ୍ତି। ସେହିପରି ଇମାମ ୧୪୭ଟି ପ୍ରଥମ ଶ୍ରେଣୀ ମ୍ୟାଚ୍‌ ୧୯୮୯ରୁ ୨୦୦୫ ମଧ୍ୟରେ ଖେଳିଛନ୍ତି। ୧୩୬ଟି ଉଇକେଟ ନେବା ସହ ସେ ୬, ୨୪୯ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri