Posted inଜାତୀୟ

ଇମ୍ରାନଙ୍କ ଗସ୍ତ ପ୍ରଭାବହୀନ: ଭାରତରେ ୧୦ ହଜାର କୋଟି ଡଲାର ନିବେଶ କରିବ ସୌଦି

ନୂଆଦିଲ୍ଲୀ,୨୯।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବିଚଳିତ ହୋଇପଡିଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏବେ ଭାରତ ବିରୋଧରେ ସମର୍ଥନ ଯୋଗାଡ ପାଇଁ ଲାଗିପଡିଛନ୍ତି। ଏହି କ୍ରମରେ ସେ ଗତ ସପ୍ତାହରେ ସୌଦି ଗସ୍ତ କରିଥିଲେ। କିନ୍ତୁ ତାଙ୍କର ଏହି ଗସ୍ତ ପ୍ରଭାବହୀନ ବୋଲି କୁହାଯାଉଛି। କାରଣ ଏହାର ଗୋଟିଏ ସପ୍ତାହ ପରେ ସୌଦି ଭାରତରେ ୧୦ ହଜାର କୋଟି ଡଲାର ନିବେଶ କରିବ ବୋଲି ସୂଚନା ମିଳିଛି। ପେଟ୍ରୋକେମିକାଲ, ଭିତ୍ତିଭୂମି ଏବଂ ଖଣି ଆଦି କ୍ଷେତ୍ରରେ ଏହି ନିବେଶ ହେବ। ସୌଦି ରାଷ୍ଟ୍ରଦୂତ ଡକ୍ଟର ସାଉଦ ବିନ ମହମ୍ମଦ ଅଲସତି କହିଛନ୍ତି, ଭାରତ ଏକ ଆକର୍ଷଣୀୟ ନିବେଶସ୍ଥଳ। ସୌଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ୨୦୩୦ ଭିଜନ ଅଧୀନରେ ଭାରତ ଏବଂ ସୌଦି ମଧ୍ୟରେ ବାଣିଜି୍ୟକ ପରିସର ଆହୁରି ବ୍ୟାପକ ହେବ। ତୈଳ ରପ୍ତାନି, ମାର୍କେଟିଂ, ବିଶୋଧନ, ପେଟ୍ରୋକେମିକାଲ ଏବଂ ଲୁବ୍ରିକାଣ୍ଟ ଆଦି କ୍ଷେତ୍ରରେ ହେଉଥିବା ସଫଳତାରୁ ଭାରତ ଲାଭ ଉଠାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri