ଇମ୍ରାନଙ୍କ ଜିଦ୍‌ ପାଇଁ ପିତାଙ୍କ ଅନ୍ତିମ ସଂସ୍କାରରେ ପହଞ୍ଚି ପାରିଲେନି ପୁଅ

ଇସ୍‌ଲାମାବାଦ,୧୧।୨: ଚାଇନାର ଉହାନ ସହରରେ ରହି ପିଏଚ୍‌ଡି କରୁଥିବା ପାକିସ୍ତାନର ଛାତ୍ର ହସନ ନିଜ ପିତାଙ୍କ ଅନ୍ତିମ ସଂସ୍କାରରେ ପହଞ୍ଚି ନ ପାରିବାକୁ ନେଇ ପାକିସ୍ତାନର ଇମ୍ରାନ ସରକାରଙ୍କୁ ଦାୟୀ କରିଛନ୍ତି। ଚାଇନାରେ ଏବେ କରୋନାଭାଇରସ ମହାମାରୀର ରୂପ ନେଇଥିବା ବେଳେ ସେଠାରେ ଥିବା ପାକିସ୍ତାନ ନାଗରିକଙ୍କୁ ଇମ୍ରାନ ସରକାର ଫେରାଇ ଆଣିବାକୁ ଚାହୁଁ ନାହାନ୍ତି। ରୋଗର ଭୟାବହତାକୁ ଦେଖି ଇମ୍ରାନ ସରକାର ଏକ ପ୍ରକାର ଜିଦ୍‌ରେ ରହିଥିବା କୁହାଯାଉଛି। ଏପଟେ ହସନଙ୍କ ପିତା ହୃଦଘାତରେ ମୃତ୍ୟୁ ହେବା ପୂର୍ବରୁ ସେ ଥରେ ତାଙ୍କ ପୁଅକୁ ଦେଖିବା ପାଇଁ ଇଚ୍ଛା ପ୍ରକାଶ କରିଥିଲେ ମଧ୍ୟ ଇମ୍ରାନ୍‌ ସରକାରଙ୍କ ଜିଦ୍‌ ପାଇଁ ସେ ସ୍ବଦେଶ ଫେରି ପାରି ନ ଥିବା କହିଛନ୍ତି। ଏମିତିକି ଏବେ ତାଙ୍କ ପିତାଙ୍କ ମୃତ୍ୟୁ ପରେ ମଧ୍ୟ ତାଙ୍କୁ ପାକିସ୍ତାନ ଆସିବାକୁ ଅନୁମତି ମିଳୁ ନ ଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, କରୋନାଭାଇରସ ସଂକ୍ରମଣରେ ଏବେ ଚାଇନାରେ ପ୍ରାୟ ୧୦୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ହଜାରରୁ ଊର୍ଦ୍ଧ୍ୱ ଏଥିରେ ସଂକ୍ରମିତ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?