ଇମ୍ରାନ, ସଚିନଙ୍କୁ ନେଇ ଦ୍ୱନ୍ଦ୍ୱରେ ପାକ୍‌ ପ୍ରଧାନମନ୍ତ୍ରୀଙ୍କ ସହଯୋଗୀ

ନୂଆଦିଲ୍ଲୀ,୨୩ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜଣେ ସହଯୋଗୀ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ନେଇ ଦ୍ୱନ୍ଦ୍ୱରେ ଥିବା ଜଣାପଡ଼ିଛି। ପାକିସ୍ତାନ ପିଏମ୍‌ଙ୍କ ସ୍ପେଶାଲ ଆସିଷ୍ଟାଣ୍ଟ ନଇମ ଉଲ ହକ୍‌ ଶନିବାର ତେନ୍ଦୁଲକରଙ୍କ ଯୁବ ଅବସ୍ଥାର ଏକ ଫଟୋ ଶେୟାର କରିଥିଲେ। ଏହାର କ୍ୟାପଶନରେ ପିଏମ୍‌ ଇମ୍ରାନ ଖାନ ୧୯୬୯ ବୋଲି ସେ ଲେଖିଛନ୍ତି। ଏହି ପୋଷ୍ଟ ଶେୟାର କରିବା ପରେ ମାଇକ୍ରୋ ବ୍ଲଗିଂ ଓ୍ବେବସାଇଟ୍‌ରେ ଭାଇରାଲ ହୋଇଯାଇଛି। ଏହାପରେ ବହୁ କ୍ରିକେଟ ପ୍ରଶଂସକମାନେ ହକ୍‌ଙ୍କୁ ଟୁଇଟ୍‌ କରି ସମାଲୋଚନା କରିଥିଲେ। ଏଥିରେ ୭ ହଜାର ରିଟୁଇଟ୍‌ ହୋଇଛି। ଜଣେ ପ୍ରଶଂସକ ବିରାଟ କୋହଲିଙ୍କ ବାଲ୍ୟାକାଳର ଏକ ଫଟୋ ଶେୟାର କରି ଇଞ୍ଜମାମ ଉଲ ହକ୍‌ ୧୯୭୬ ବୋଲି କ୍ୟାପଶନରେ ଲେଖିଛନ୍ତି। ଆଉ ଜଣେ ଇମ୍ରାନ ଖାନଙ୍କ ପଟୋ କ୍ୟାପଶନରେ ସଚିନ ତେନ୍ଦୁଲକର ୧୯୮୮ ବୋଲି କମେଣ୍ଟ କରିଛନ୍ତି। ସେହିଭଳି ଜଣ ହାଇ ମାରୁଥିବା ଶିଶୁର ଫଟୋରେ ସର୍ଫରାଜ ୧୯୮୭ ବୋଲି କମେଣ୍ଟ ଦେଇଛନ୍ତି। ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ ଓ୍ବାଇସ ଏହାକୁ ପୂର୍ବତନ କ୍ରିକେଟର ସଇଦ ଆନ୍ବାର ବୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri