Posted inଜାତୀୟ

ଇରାନରେ ଥିବା ଭାରତୀୟଙ୍କୁ ଫେରାଇ ଆଣିବାକୁ ଉଦ୍ୟମ

ନୂଆଦିଲ୍ଲୀ,୧୩।୩(ପି.ଟି.): ଇରାନରେ ଅଟକିଥିବା ଭାରତୀୟ ପର୍ଯ୍ୟଟକମାନଙ୍କୁ ଫେରାଇଆଣିବା ଉପରେ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି। ଇରାନର ବିଭିନ୍ନ ପ୍ରଦେଶରେ ୬୦୦୦ରୁ ଅଧିକ ଭାରତୀୟ ଅଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୦ ହେଉଛନ୍ତି ପର୍ଯ୍ୟଟକ। ଏହାବ୍ୟତୀତ ୩୦୦ ଛାତ୍ରୀଛାତ୍ର ଓ ପାଖାପାଖି ୧୦୦୦ ମତ୍ସ୍ୟଜୀବୀ ଅଛନ୍ତି। ସେମାନଙ୍କୁ ଯଥାସମ୍ଭବ ଶୀଘ୍ର ଫେରାଇ ଆଣିବାକୁ ସରକାର ଉଦ୍ୟମ ଚଳାଇଥିବା ବହିର୍ବ୍ୟାପାର ମନ୍ତ୍ରୀ କହିଛନ୍ତି। ୭ ତାରିଖରେ ଇରାନରୁ ୧୦୮ ଭାରତୀୟଙ୍କ ସ୍ବାବ ନମୁନା ଅଣାଯାଇଥିଲା। ସେମାନଙ୍କ ମଧ୍ୟରୁ ୫୮ ଜଣଙ୍କଠାରେ ଭୂତାଣୁ ନ ଥିବା ଜଣାପଡିବା ପରେ ୧୦ ତାରିଖରେ ସେମାନଙ୍କୁ ବାୟୁସେନା ବିମାନରେ ଫେରାଇ ଅଣାଯାଇଛି। ଆଉ ୫୨୯ ଜଣଙ୍କ ନମୁନା ପହଞ୍ଚତ୍ଛି। ସେଗୁଡ଼ିକୁ ପରୀକ୍ଷା କରାଯିବା ପରେ ଯେଉଁମାନେ ସଂକ୍ରମିତ ହୋଇ ନ ଥିବେ ସେମାନଙ୍କୁ ଫେରାଇ ଅଣାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri