ଇରାନ ଉପରେ କଠୋର କଟକଣା

ଓ୍ବାଶିଂଟନ,୯ା୧: ଇରାନ ଉପରେ ଆମେରିକା ପୂର୍ବରୁ କେତେକ କଟକଣା ଜାରି କରିଥିବାବେଳେ ବୁଧବାର ରାତିରେ ଆହୁରି କେତୋଟି କଠୋର କଟକଣା ଲାଗୁ କରିବା ପାଇଁ ଘୋଷଣା କରିଛି। ଇରାନର ବ୍ୟବହାରରେ ପରିବର୍ତ୍ତନ ନ ଆସିବା ଯାଏ ଏହି କଟକଣା ବଜାୟ ରହିବ ବୋଲି ଆମେରିକା ରାଷ୍ଟ୍ରପତି ଡ୍ରୋନଲ୍ଡ ଟ୍ରମ୍ପ୍‌ ସ୍ପଷ୍ଟ କରିଛନ୍ତି। ଏହାସହ ୟୁରୋପ ସମେତ ରୁଷିଆ ଓ ଚାଇନା ଭଳି ପକ୍ଷଙ୍କୁ ୨୦୧୫ ଇରାନ ଆଣବିକ ଚୁକ୍ତିରୁ ଓହରିଯାଇ ନୂଆ ବୁଝାମଣା ପାଇଁ ପ୍ରସ୍ତୁତ ହେବାକୁ ସେ ଆହ୍ବାନ ଦେଇଛନ୍ତି। ସେହିପରି ମଧ୍ୟପ୍ରାଚ୍ୟରେ ନାଟୋ ଅଧିକ ସକ୍ରିୟ ହେବା ଉଚିତ ବୋଲି କହିଛନ୍ତି।
ଇରାକରେ ଥିବା ଆମେରିକାର ଦୁଇଟି ସେନାଘାଟି ଉପରେ ଆକ୍ରମଣ କରି ୮୦ ସୈନ୍ୟଙ୍କ ଜୀବନ ନେଇଥିବା ଇରାନ ଦାବି କରିଥିବାବେଳେ ଟ୍ରମ୍ପ୍‌ ବୁଧବାର ଏହାକୁ ଖଣ୍ଡନ କରିଛନ୍ତି। ଇରାନର ମିଶାଇଲ ମାଡ଼ରେ କେହି ଜଣେ ହେଲେ ଆମେରିକୀୟ ସୈନ୍ୟ ମରିନାହାନ୍ତି ବୋଲି ସେ କହିଛନ୍ତି। ଏହାସହ ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଉତ୍ତେଜନାକୁ ପ୍ରଶମିତ କରିବା ପାଇଁ ଇରାନକୁ ସେ ଶାନ୍ତିପଥର ଅନୁଗାମୀ ହେବାକୁ ପ୍ରସ୍ତାବ ଦେଇଛନ୍ତି। ହ୍ବାଇଟ୍‌ ହାଉସ ଗ୍ରାଣ୍ଡ ଫୋୟରରୁ ଜାତି ଉଦ୍ଦେଶ୍ୟରେ ବାର୍ତ୍ତା ଦେଇ ଟ୍ରମ୍ପ୍‌ କହିଛନ୍ତି, ଇରାନର ଆକ୍ରମଣରେ ଆମ ସେନାଘାଟିର ବହୁତ କମ୍‌ କ୍ଷତି ହୋଇଛି। ଏଥିରେ ଆମେରିକା କିମ୍ବା ଇରାକର କେହି ମୃତାହତ ହୋଇନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri