ଇରାନ ଉପରେ ନୂଆ କଟକଣା

ଓ୍ବାଶିଂଟନ,୧୧ା୧ (ପି.ଟି.): ଇରାକସ୍ଥିତ ଆମେରିକାର ସେନା ଶିବିରକୁ ମିଶାଇଲ ମାଡ଼ ପରେ ଟ୍ରମ୍ପ୍‌ ପ୍ରଶାସନ ପକ୍ଷରୁ ଇରାନ ଉପରେ ନୂଆ କଟକଣା ଲଗାଯାଇଛି। ଆମେରକା ପରରାଷ୍ଟ୍ର ସଚିବ ମାଇକ ପମ୍ପିଓ ଏବଂ ଟ୍ରେଜେରି ସେକ୍ରେଟାରି ଷ୍ଟିଭେନ ମଚିନ ଓ୍ବାଶିଂଟନରେ ଶୁକ୍ରବାର ଏହା ଘୋଷଣା କରିଛନ୍ତି।
ଆମେରିକା ପକ୍ଷରୁ କୁହାଯାଇଛି ଯେ ଏହି ନୂଆ କଟକଣା ଇରାନର ୮ ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଜାରି କରାଯାଇଛି। ଏମାନେ ମଧ୍ୟପ୍ରାଚ୍ୟରେ ଅସ୍ଥିରତା ସୃଷ୍ଟି ସହ ମଙ୍ଗଳବାର ଏୟାର ଷ୍ଟ୍ରାଇକ୍‌ କରାଇଥିଲେ। ଇରାନର ବୟନ, ନିର୍ମାଣ, ଉତ୍ପାଦନ କିମ୍ବା ଖଣି କ୍ଷେତ୍ରରେ ସମ୍ପୃକ୍ତ ଥିବା ଯେକୌଣସି ବ୍ୟକ୍ତିଙ୍କ ଉପରେ କଟକଣା ଲାଗୁ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକ ଏକ୍‌ଜିକ୍ୟୁଟିଭ୍‌ ଅର୍ଡର ଜାରି କରିବେ। ସେହିପରି ଇସ୍ପାତ ଓ ଲୌହ କ୍ଷେତ୍ର ବିରୋଧରେ ମଧ୍ୟ ପୃଥକ୍‌ କଟକଣା ଜାରି କରାଯିବ। ଏହି କାର୍ଯ୍ୟାନୁଷ୍ଠାନ ଫଳରେ ଆମେ ଇରାନକୁ ମିଳୁଥିବା କୋଟି କୋଟି ଡଲାର ସହାୟତା ବନ୍ଦ କରିଦେବୁ ବୋଲି ଷ୍ଟିଭେନ ମଚିନ କହିଛନ୍ତି। ପ୍ରକାଶ ଯେ, ଗତ ୩ ତାରିଖରେ ବାଗଦାଦ ବିମାନବନ୍ଦରରେ ଇରାନର ରିଭୋଲ୍ୟୁଶନାରି ଗାର୍ଡ ଜେନେରାଲ କାସିମ ସୋଲେମାନୀଙ୍କୁ ଡ୍ରୋନ୍‌ ଆକ୍ରମଣରେ ଆମେରିକା ହତ୍ୟା କରିଥିଲା। ଏହାର ସପ୍ତାହେ ନ ପୂରୁଣୁ ଇରାନ ଆମେରିକା ସେନାଘାଟିକୁ ଟାର୍ଗେଟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri