Posted inଖେଳ

ଇରିଶ ପାରା-ବ୍ୟାଡ୍‌ମିଣ୍ଟନ: ଓଡ଼ିଶାର ପ୍ରମୋଦଙ୍କୁ ଡବଲ୍‌ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୪।୬(ସ୍ପୋଟର୍‌ସ ବ୍ୟୁରୋ)- ଆୟର୍ଲାଣ୍ଡର ଡବ୍‌ଲିନଠାରେ ଶେଷ ହୋଇଥିବା ଇରିଶ ପାରା-ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଓଡ଼ିଆ ତାରକା ପ୍ରମୋଦ ଭଗତ ୨ଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଡବ୍‌ଲିନର ନ୍ୟାଶନାଲ ଇନ୍‌ଡୋର ଏରେନାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ସିଙ୍ଗଲ୍ସ ଓ ଡବଲ୍ସରେ ପ୍ରମୋଦ ଚାମ୍ପିୟନ ହୋଇଛନ୍ତି। ସିଙ୍ଗଲ୍ସ ଫାଇନାଲରେ ପ୍ରମୋଦ ୨୧-୧୭, ୧୭୦୨୧, ୨୧-୧୦ ଗେମ୍‌ରେ ଇଂଲଣ୍ଡର ଡାନିଏଲ୍‌ ବିଥେଲଙ୍କୁ ପରାସ୍ତ କରିଛନ୍ତି। ପ୍ରଥମ ଗେମ୍‌ ପ୍ରମୋଦ ଓ ୨ୟକୁ ଡାନିଏଲ୍‌ ଜିତିବାରୁ ୧-୧ ବରାବର୍‌ସ୍ଥିତିରେ ରହିଥିଲା। ଏହାପରେ ଅନ୍ତିମ ତଥା ୩ୟ ଗେମ୍‌କୁ ସହଜରେ ଜିତି ପ୍ରମୋଦ ସ୍ବର୍ଣ୍ଣ ପଦକ ଅକ୍ତିଆର କରିଥିଲେ। ଏଥିସହ ଚଳିତ ବର୍ଷ ମୋଟ୍‌ ଅନ୍ତର୍ଜାତୀୟ ପ୍ରତିଯୋଗିତାରୁ ପ୍ରମୋଦ ୫ରେ ବିଜୟୀ ହେବା ସହ ଏକ ନମ୍ବର ମାନ୍ୟତା ବଜାୟ ରଖିଛନ୍ତି। ଅଲିମ୍ପିକ ଯୋଗ୍ୟତାରୁ ସେ ଆଉ ପାଦେ ଦୂରରେ ରହିଛନ୍ତି। ଅପରପକ୍ଷରେ ପୁରୁଷ ଡବଲ୍ସରେ ପ୍ରମୋଦ ନିଜ ଦେଶର ମନୋଜ ସରକାରଙ୍କୁ ସାଥୀ କରି ସ୍ବର୍ଣ୍ଣ ପଦକ କବ୍‌ଜା କରିନେଇଛନ୍ତି। ଫାଇନାଲରେ ପ୍ରମୋଦ-ମନୋଜ ଯୋଡ଼ି ୨୧-୧୩, ୧୮-୨୧, ୨୩-୨୧ରେ ଅନ୍ୟତମ ଭାରତୀୟ ଯୋଡ଼ି ତରୁଣ ଓ ନିତେଶ କୁମାରଙ୍କୁ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri