Posted inଜାତୀୟ

ଇଲେକ୍ଟୋରାଲ ବଣ୍ଡ୍‌କୁ ବିରୋଧ ଜାରି: ପାର୍ଲାମେଣ୍ଟ ପରିସରରେ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ପାର୍ଲାମେଣ୍ଟର ଉଭୟ ଗୃହରେ ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ବିରୋଧ ଜାରି ରହିଛି। ଶୁକ୍ରବାର କଂଗ୍ରେସ ଦଳ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ର ସରକାର ମିଛ କାରଖାନାରେ ପରିଣତ ହୋଇଛି ବୋଲି କଂଗ୍ରେସ ସମାଲୋଚନା କରିଛି। ଇଲେକ୍ଟୋରାଲ ବଣ୍ଡ୍‌ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୀରବତା ଭଙ୍ଗ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି। ସଂସଦ ଭବନ ପରିସରରେ ଅନୁଷ୍ଠିତ ବିକ୍ଷୋଭରେ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଗୁଲାମ ନବୀ ଆଜାଦ, ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ, ବରିଷ୍ଠ ନେତା ମନୀଷ୍‌ ତିଓ୍ବାରୀ, ଶଶୀ ଥରୁର, ଆନନ୍ଦ ଶର୍ମା ପ୍ରମୁଖ ସାମିଲ ହୋଇଥିଲେ।
ଇଲେକ୍ଟୋରାଲ ବଣ୍ଡ୍‌ ପ୍ରଚଳନକୁ ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଏବଂ ନିର୍ବାଚନ କମିଶନ (ଇସି)ର ବିରୋଧ ସତ୍ତ୍ୱେ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏହାକୁ ଅଗ୍ରାହ୍ୟ କରିଦେଇଥିଲେ। ଏହି ଖବର ପ୍ରକାଶ ପାଇବା ପରେ ଇଲେକ୍ଟୋରାଲ ବଣ୍ଡ୍‌କୁ ନେଇ ରାଜନୀତି ଜୋର ଧରିଛି। ଅବଧି ଶେଷ ହୋଇଥିବା ବଣ୍ଡ୍‌ ବେଆଇନ ଓ୍ବିଣ୍ଡୋରେ ବିକ୍ରି ହେଉଥିବାବେଳେ ତାହାକୁ ଗ୍ରହଣ କରିବା ଲାଗି ସରକାର ଏସ୍‌ବିଆଇ ଉପରେ ଚାପ ପକାଇଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିବା ଦର୍ଶାଇ କଂଗ୍ରେସ ଦଳର ମୁଖ୍ୟ ମୁଖପାତ୍ର ରଣଦୀପ୍‌ ସୁର୍ଜଓ୍ବୋଲା ସରକାରଙ୍କୁ ମିଛର ଫ୍ୟାକ୍ଟ୍ରି ବୋଲି ଟୁଇଟ୍‌ କରିଛନ୍ତି। ୧୯୯୩ ମୁମ୍ବାଇ ବୋମା ବିସ୍ଫୋରଣର ଅଭିଯୁକ୍ତ ଇକ୍‌ବାଲ ମିର୍ଚିଙ୍କଠାରୁ ସମ୍ପତ୍ତି କିଣିଥିବା କମ୍ପାନୀ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଚଳାଇଛି। ଉକ୍ତ କମ୍ପାନୀଠାରୁ ଭାଜପା ଚାନ୍ଦା ସଂଗ୍ରହ କରିଥିବା କଂଗ୍ରେସ ଅଭିଯୋଗ କରିଛି। ଏହି ପ୍ରସଙ୍ଗରେ ସିପିଆଇ ମଧ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି।
କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ଶୁକ୍ରବାର ରାଜ୍ୟ ସଭାରେ ଇଲେକ୍ଟୋରାଲ ବଣ୍ଡ୍‌ ପ୍ରସଙ୍ଗ ଉଠାଇବାକୁ ଚାହିଁଥିଲେ ହେଁ ଅଧ୍ୟକ୍ଷ ଏମ୍‌. ଭେଙ୍କାୟା ନାଇଡୁ ଏଥିପାଇଁ ଅନୁମତି ଦେଇ ନ ଥିଲେ। ନିୟମ ୨୬୭ ଅନୁଯାୟୀ ବିପକ୍ଷ ଦଳଗୁଡିକ ଏକାଧିକ ନୋଟିସ ଦେଇ ଅନ୍ୟ ସବୁ କାର୍ଯ୍ୟକୁ ପଛରେ ପକାଇ ବଣ୍ଡ୍‌ ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଥିଲେ। ନାଇଡୁ କହିଥିଲେ, ସେ ଏହି ପ୍ରସଙ୍ଗକୁ ଅନୁଧ୍ୟାନ କରିଛନ୍ତି। ଏହା ସେପରି ଗୁରୁତ୍ୱପୂର୍ଣ୍ଣ ହୋଇ ନ ଥିବାରୁ ଅନ୍ୟ କାର୍ଯ୍ୟକୁ ବନ୍ଦ କରି ଇଲେକ୍ଟୋରାଲ ବଣ୍ଡ୍‌ ପ୍ରସଙ୍ଗ ଆଲୋଚନା ନିମନ୍ତେ ଅନୁମତି ଦିଆଯାଇପାରିବ ନାହିଁ ବୋଲି ସେ କହିଥିଲେ। ତେବେ ଅଧ୍ୟକ୍ଷଙ୍କ ଉତ୍ତରରେ ଅସନ୍ତୁଷ୍ଟ ସଦସ୍ୟମାନେ ଗୃହରେ ହୋ-ହଲ୍ଲା ଜାରି ରଖିଥିଲେ।
ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ରାଷ୍ଟ୍ରାୟତ୍ତ କମ୍ପାନୀ (ପିଏସ୍‌ୟୁ)ଗୁଡ଼ିକରୁ ପୁଞ୍ଜି ପ୍ରତ୍ୟାହାର ପ୍ରସଙ୍ଗ ଉଠାଇ ଭାଜପା ନେତୃତ୍ୱାଧୀନ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। କେତେକ ଘରୋଇ କମ୍ପାନୀଙ୍କୁ ସନ୍ତୁଷ୍ଟ କରିବା ଲାଗି ସରକାର ଲାଭଦାୟକ ପିଏସ୍‌ୟୁଗୁଡ଼ିକର ବିକ୍ରି କରିବା ଯୋଜନାରେ ଅଛନ୍ତି ବୋଲି ସେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri