Posted inଖେଳ

ଇଶାନ କିଶନଙ୍କୁ ଏମିତି ଉପହାର ମାଗିଲେ ରୋହିତ ଶର୍ମା

ପୋର୍ଟ ଅଫ୍‌ ସ୍ପେନ୍‌,୧୯ା୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ତ୍ରିନିଦାଦରେ ଖେଳାଯିବ। ଏହାପୂର୍ବରୁ ଟିମ ଇଣ୍ଡିଆର ଖେଳାଳିମାନେ କଡ଼ା ଅଭ୍ୟାସ କରିଛନ୍ତି। ଭାରତୀୟ ଦଳ ଅଭ୍ୟାସ ପରେ ଉଇକେଟ କିପର ବ୍ୟାଟ୍ସମ୍ୟାନ ଇଶାନ କିଶାନଙ୍କ ଜନ୍ମଦିନ ମଧ୍ୟ ପାଳନ କରିଥିଲେ। ବିସିସିଆଇ ଇଶାନଙ୍କ ଜନ୍ମଦିନର ଏକ ଭିଡିଓ ଶେୟାର କରିଛି। ଏଥିରେ କ୍ୟାପଟେନ ରୋହିତ ଶର୍ମା ଇଶାଙ୍କଠାରୁ ଉପହାର ମାଗୁଥିବାର ନଜର ଆସିଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ବିସିସିଆଇ ପୋଷ୍ଟ କରିଥିବା ଭିଡିଓରେ ଭାରତୀୟ ଖେଳାଳିମାନେ ଅଭ୍ୟାସ କରୁଥିବା ଦେଖାଯାଉଛି। ଭିଡିଓର ଶେଷ ଭାଗରେ ଇଶାନ କେକ କାଟିଥିବାର ନଜର ଆସିଛନ୍ତି। ଏବଂ ଇଶାନଙ୍କ ଜନ୍ମଦିନରେ ରୋହିତଙ୍କୁ ତାଙ୍କୁ କେଉଁ ଉପହାର ଦେବେ ବୋଲି ପଚରାଯାଇଥିଲା। ଏଥିପାଇଁ ରୋହିତ କହିଥିଲେ, ଭାଇ ତୁମେ କଣ ଚାହୁଁଛ? ସବୁକିଛି ତ ଅଛି । ତୁମେ ଆମକୁ ୧୦୦ ରନ ଦିଅ। ରୋହିତ ଇଶାନଙ୍କୁ ତାଙ୍କ ଜନ୍ମଦିନରେ ଟିମ ଇଣ୍ଡିଆ ପାଇଁ ଏକ ଶତକ ଉପହାର ମାଗିଥିଲେ।
ଉଲ୍ଲେଖନୀୟ କଥା ହେଉଛି, ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡୋମିନିକାରେ ଖେଳାଯାଇଥିଲା। ଏଥିରେ ଭାରତ ଗୋଟିଏ ଇନିଂସ ଏବଂ ୧୪୧ ରନ ଜିତିଥିଲା। ଏହି ମ୍ୟାଚରୁ ଇଶାନ ତାଙ୍କର ଟେଷ୍ଟ ଡେବ୍ୟୁ କରିଥିଲେ। ସେ ଅପରାଜିତ ୧ ରନ ସ୍କୋର କରିଥିଲେ। ଏହା ପରେ ଭାରତ ଇନିଂସ ଘୋଷଣା କରିଥିଲା। ବର୍ତ୍ତମାନ ଦ୍ୱିତୀୟ ମ୍ୟାଚ ତ୍ରିନିଦାଦରେ ଖେଳାଯିବ। ଏହା ପରେ ତିନୋଟି ଦିନିକିଆ ଏବଂ ପାଞ୍ଚ ଟି-୨୦ ମ୍ୟାଚ ଖେଳାଯିବ। ଦିନିକିଆ ସିରିଜର ପ୍ରଥମ ମ୍ୟାଚ ୨୭ ଜୁଲାଇରେ ଏବଂ ଟି-୨୦ ସିରିଜର ପ୍ରଥମ ମ୍ୟାଚ ୩ ଅଗଷ୍ଟରେ ଖେଳାଯିବ। ଭାରତୀୟ ଦଳ ୧୩ ଅଗଷ୍ଟରେ ଏହି ଗସ୍ତର ଶେଷ ମ୍ୟାଚ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri