ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ।  ପୂର୍ବ ନିର୍ଦ୍ଧାରିତ ସମୟ ଅପରାହ୍ନ ୩ଟାରୁ ରଥଟଣା ହୋଇ ସିଆର୍‌ପିଏଫ୍‌ ଛକ ଓ ୟୁନିଟ୍‌-୮ ଡିଏଭି ସ୍କୁଲ୍‌ ଦେଇ ସନ୍ଧ୍ୟା ୬ଟା ୧୫ରେ ତିନି ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଥିଲା। ସବୁଠାରୁ ଆକର୍ଷଣ ସାଜିଥିଲା ବିଦେଶୀ ଭକ୍ତଙ୍କ ଜଗନ୍ନାଥ ପ୍ରେମ। ଜଗନ୍ନାଥ ଭଜନ ଜଣାଣରେ ନିଜକୁ ହଜାଇଦେଇ ରଥ ଗଡିବା ସହ ଝୁମି ଝୁମି ନାଚିଥିଲେ ହଜାର ହଜାର ବିଦେଶୀ ଭକ୍ତ। ପ୍ରତିବର୍ଷ ଭଳି ଏଥର ମଧ୍ୟ ଦେବୀ ସୁଭଦ୍ରାଙ୍କ ରଥକୁ କେବଳ ମହିଳାମାନେ ଟାଣିଥିଲେ।

ସକାଳ ୭ଟା ୩୦ରେ ଗୁରୁପୂଜା ଏବଂ ମଙ୍ଗଳ ଆଳତି ପରେ ୮ଟା ୩୦ରେ ରଥ ପ୍ରତିଷ୍ଠା ହୋଇଥିଲା। ପୂର୍ବାହ୍ନ ୧୧ଟାରେ ତିନି ଠାକୁରଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଥିଲା। ମଧ୍ୟାହ୍ନ ୧୨ରେ ମଧ୍ୟାହ୍ନ ଆଳତି ପରେ ୨ଟା ୧୫ରେ ଗୋପୀନାଥ ମହାରାଜଙ୍କ ଦ୍ୱାରା ଛେରାପହଁରା ନୀତି ଅନୁଷ୍ଠିତ ହୋଇ ରଥଟଣା ଆରମ୍ଭ ହୋଇଥିଲା। ଗୁଣ୍ଡିଚା ମନ୍ଦିରରେ ରଥ ପହଞ୍ଚତ୍ବା ପରେ ୭ଟାରେ ପହଣ୍ଡି ବିଜେ ଅନୁଷ୍ଠିତ ହୋଇଥିଲା। ରଥଟଣା ସମୟରେ ଭୁବନେଶ୍ୱର-କଟକ ପୋଲିସ କମିଶନର ସତ୍ୟଜିତ ମହାନ୍ତି, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଉପସ୍ଥିତ ଥିଲେ। ଏଥର ଇସ୍କନ ରଥଯାତ୍ରାରେ ପ୍ରାୟ ୨ଲକ୍ଷରୁ ଊଦ୍ଧର୍‌ବ ଭକ୍ତଙ୍କ ସମାଗମ ହୋଇଥିବା ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri