ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ। ତେଣୁ ଆଜିର ଏହି ଘଟଣା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ନବୀନ ଦାବି କରିଛନ୍ତି।
ସେପଟେ ବିଧାନସଭାରେ ଏସସିବି ଅଗ୍ନିକାଣ୍ଡ ଘଟଣା ପ୍ରସଙ୍ଗ ଉଠାଇଥିଲେ ବିରୋଧୀ। ପ୍ରବଳ ପାଟିତୁଣ୍ଡ ମଧ୍ୟରେ ବାଚସ୍ପତି ଗୃହକୁ ଦିନ ୧୨ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ । ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଥିଲା । ଅପରାହ୍ନରେ ଇସ୍ପାତ ଓ ଖଣି ପରିବହନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି।
କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ବାସ୍ଥ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

