ଇସ୍ପାତ ଓ ଖଣି ବିଭାଗରେ ୬୫ ଅଫିସର ଯୋଗ ଦେଲେ

ଭୁବନେଶ୍ୱର,୧୦ା୨(ବ୍ୟୁରୋ):ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୫-ଟି, ମୋ ସରକାର ଭଳି ଅଭିନବ କାର୍ଯ୍ୟକ୍ରମ କରିଛନ୍ତି। ଏସବୁ କେତେଦୂର ଆଶ୍ଚର୍ଯ୍ୟଚକିତ ଓ ଅଭିନବ କୌଶଳ ତାହା ବଡ଼ କଥା ନୁହେଁ। ବାସ୍ତବ କ୍ଷେତ୍ରରେ କାର୍ଯ୍ୟକାରିତା ହେଉଛି ଏହାର ସଫଳ ଉପଯୋଗ । ବିିଚାରବନ୍ତ, ସାଧୁତା ଓ ନିଷ୍ଠାପର ଭାବେ ଲୋକମାନଙ୍କ ଉପକାର ପାଇଁ ନିଜକୁ ସମର୍ପିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ପାତ ଓ ଖଣି ବିଭାଗର ନବନିଯୁକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଇସ୍ପାତ ଓ ଖଣି ବିଭାଗରେ ୬୫ ଅଫିସରଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ଗୁରୁବାର ନବନିଯୁକ୍ତ ଅଧିକାରୀମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଭର୍ଚୁଆଲରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକମାନଙ୍କ ମଙ୍ଗଳ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତ୍ୟେକ ପଦକ୍ଷେପ ଉଦ୍ଦିଷ୍ଟ। ଖଣିଜ ପ୍ରଶାସନିକ ସେବା ଏବଂ ଭୂତତ୍ତ୍ୱ ସେବା ନିଜ ନିଜ କ୍ଷେତ୍ରରେ ସ୍ବତନ୍ତ୍ର। ମୂଲ୍ୟବାନ ଖଣିଜ ସମ୍ପଦର ସଂରକ୍ଷଣ ଓ ପରିଚାଳନା କରିବା ଉଭୟର କାର୍ଯ୍ୟ। ଏଥିପାଇଁ ଉପଯୁକ୍ତ ଜ୍ଞାନ ଓ ଅତ୍ୟାଧୁନିକ ବୈଜ୍ଞାନିକ ଜ୍ଞାନକୌଶଳ ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟ ସରକାର ଖଣିଜ ପରିବହନ ପାଇଁ ଏକ ଉତ୍ତମ ତଦାରଖ ବ୍ୟବସ୍ଥା କରିଛନ୍ତି, ଯାହାକି ଦେଶରେ ଓଡ଼ିଶାକୁ ପ୍ରଶଂସା କରାଯାଉଛି। ଓଡ଼ିଶା ଖଣିଜ ନିୟମରେ ଏକ ନୂତନ ପରିବର୍ତ୍ତନ ଆଣିବାକୁ ବିଚାର କରୁଛି। ରାଜ୍ୟର ଖଣିଜ ସମ୍ପଦରୁ ଅଧିକ ରାଜସ୍ବ ସଂଗ୍ରହ କରାଯାଉଛି, ଯାହାକି ଲୋକମାନଙ୍କ କଲ୍ୟାଣରେ ବିନିଯୋଗ ହେଉଛି। ଯୁବ ଓ ଦକ୍ଷ ଅଫିସରମାନଙ୍କ କଠିନ ପରିଶ୍ରମ ଯୋଗୁ ତାହା ସମ୍ଭବ ହୋଇପାରିବ। ଏହାର ଫାଇଦା ଜନସାଧାରଣଙ୍କ ନିକଟକୁ ଯିବ । ଆଜିର ଦିନ ଆପଣମାନଙ୍କ ଜୀବନରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିବ ବୋଲି ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଅଫିସରମାନଙ୍କୁ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଛନ୍ତି, ରାଜ୍ୟର ବିକାଶରେ ଖଣିକ୍ଷେତ୍ର ସବୁଠାରୁ ଅଧିକ ରାଜସ୍ବ ପ୍ରଦାନକରି ଆସୁଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ରାଜ୍ୟର ଖଣି କ୍ଷେତ୍ରକୁ ରୂପାନ୍ତରଣ କରିବାରେ ସହାୟକ ହୋଇଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ଖଣି ମେକ୍ଷତ୍ରର ଦ୍ରୁତ ଅଭିବୃଦ୍ଧିରେ ନବନିଯୁକ୍ତ ଅଧିକାରୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଂଯୋଜନା କରିଥିବା ବେଳେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡି. କେ. ସିଂ ସ୍ବାଗତ ଭାଷଣ ଦେଇଥିଲେ। ଖଣି ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭।୪: ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ୍‌...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri