ଇସ୍ପାତ ପ୍ରକଳ୍ପରୁ ଓହରିଗଲେ ୪ କମ୍ପାନୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ):ରାଜ୍ୟରେ ଇସ୍ପାତ ଶିଳ୍ପ ସ୍ଥାପନ କରିବାକୁ ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କରିଥିବା ୪ କମ୍ପାନୀ ପ୍ରକଳ୍ପରୁ ଓହରି ଯାଇଛନ୍ତି। ବିଧାୟକ ନାଉରି ନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଇସ୍ପାତ ଓ ଖଣିମନ୍ତ୍ରୀ ପ୍ରଫୁଲ୍ଲ ସାମଲ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ଇସ୍ପାତ ଶିଳ୍ପ ସ୍ଥାପନ କରିବାକୁ ୪୯ଟି ସଂସ୍ଥା ସହ ବୁଝାମଣାପତ୍ର ସ୍ବାକ୍ଷର କରାଯାଇଥିଲା। ୨୦୧୨-୧୩ ସୁଦ୍ଧା ୧୩୧ ନିୟୁତ ଟନ ଉପତ୍ାଦନ ନିମନ୍ତେ ସରକାର ଅନୁମୋଦନ ଦେଇଥିଲେ। ଅଦ୍ୟାବଧି ବୁଝାମଣାପତ୍ର ସ୍ବାକ୍ଷର କରିଥିବା ୩୫ଟି କମ୍ପାନୀ ୨୫.୨୫ ନିୟୁତ ଟନ ଓ ଅନୁମୋଦନ ପାଇଥିବା ୧୨ଟି କମ୍ପାନୀ ପ୍ରାୟ ୩୩ ନିୟୁତ ଟନ ଉପତ୍ାଦନ ନିମନ୍ତେ ସ୍ବାକ୍ଷର କରିଛନ୍ତି। କେଉଁ କେଉଁ କାରଖାନା କେଉଁ କାରଣରୁ ବନ୍ଦ ଅଛି ସେ ସମ୍ବନ୍ଧୀୟ ତଥ୍ୟ ବିଭାଗରେ ଉପଲବ୍ଧ ନାହିଁ। ୨୦୧୬ରୁ ୨୦୨୦ ପର୍ଯ୍ୟନ୍ତ ଶିଳ୍ପ ବିଭାଗ ସଚିବ ତଥା ଇସ୍ପାତ ଓ ଖଣି ସଚିବଙ୍କ ଅଧ୍ୟକ୍ଷତାରେ ଶିଳ୍ପ ସଂସ୍ଥାଗୁଡିକ ସହିତ ସରକାରୀ କମ୍ପାନୀଗୁଡିକର ବିଭିନ୍ନ ସମସ୍ୟା ବିଭିନ୍ନ ସମୟରେ ସମୀକ୍ଷା କରିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri