ଇସ୍ପାତ ଶିଳ୍ପର ଚିନ୍ତନ ଶିବିର କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ: ପୂର୍ବ ଭାରତ ହେବ ଇସ୍ପାତ୍‌ ହବ୍‌: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।।୯(ବ୍ୟୁରୋ): ଭାରତର ମୁଣ୍ଡ ପିଛା ଇସ୍ପାତ ବ୍ୟବହାର ଆଗାମୀ ଦିନରେ ଦ୍ରୁତଗତିରେ ଅଭିବୃଦ୍ଧି ହେବାକୁ ଯାଉଛି ା ଏହି ପୃଷ୍ଠଭୂମିରେ ଦେଶର ଇସ୍ପାତ ଶିଳ୍ପ ପାଇଁ ଏହା ଏକ ବଡ ସୁଯୋଗ ସୃଷ୍ଟି କରିବ। ସୋମବାର ନୂଆଦିଲ୍ଲୀଠାରେ ଇସ୍ପାତ ଶିଳ୍ପ ପକ୍ଷରୁ ଆୟୋଜିତ ‘ଚିନ୍ତନ ଶିବିର’ କର୍ମଶାଳାରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପୂର୍ବ ଭାରତକୁ ଇସ୍ପାତ୍‌ ହବ୍‌ କରିବା ପାଇଁ ଭାରତ ସରକାର କାର୍ଯ୍ୟ କରୁଛନ୍ତି। ଧୀରେ ଧୀରେ ବିକାଶ ଓ ଜୀବନଶୈଳୀ ମାମଲାରେ ବଡ ଡିଆଁ ମାରିବାକୁ ଭାରତବାସୀ ପ୍ରସ୍ତୁତ ବୋଲି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉକ୍ତିକୁ ଉଦ୍ଧୃତ କରିଛନ୍ତି ା ଏହି ପୃଷ୍ଠଭୂମିରେ ଇସ୍ପାତ ଉପତ୍ାଦନ ଦେଶରେ ବଢୁଥିବା ବେଳେ ଆବଶ୍ୟକତା ଆଧାରରେ ଅଧିକ ଆଗକୁ ଯିବ। ଭାରତକୁ ୫ ଟ୍ରିଲିୟନ ୟୁଏସ୍‌ ଡଲାର ଅର୍ଥନୀତି କରିବା ପାଇଁ ଇସ୍ପାତ ଶିଳ୍ପର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ। ବର୍ତ୍ତମାନ ବିଶ୍ୱର ସବୁ କମ୍ପାନୀ ଭାରତ ସହିତ ବ୍ୟବସାୟ କରିବାକୁ ଚାହୁଁଛନ୍ତି ା ଭାରତ ଇସ୍ପାତ କ୍ଷେତ୍ରରେ ବିଶ୍ୱରେ କିପରି ନେତୃତ୍ୱ ନେଇପାରିବ ବର୍ତ୍ତମାନ ବିଚାର କରିବାର ଆବଶ୍ୟକତା ରହିଛି। ଭାରତର ଇସ୍ପାତ୍‌ ଶିଳ୍ପକୁ ମୂଲ୍ୟ କମ୍‌ କରିବା, ନୂଆ ବ୍ୟବସାୟିକ ମଡେଲ ଏବଂ ଅନୁସନ୍ଧାନ ଓ ବିକାଶରେ କାର୍ଯ୍ୟ କରିବା ପାଇଁ ସୁନିଶ୍ଚିତ କରିବାକୁ ପଡିବ ା ‘ଭାରତର ପ୍ରାକୃତିକ ସମ୍ବଳରୁ ଜିରୋ ଉପତ୍ାଦନ’ ଦୃଷ୍ଟାନ୍ତ ଉପରେ ସମସ୍ତ ଅଧିକାରୀଙ୍କୁ କାମ କରିବାର ଆବଶ୍ୟକତା ରହିଛି ା ଇସ୍ପାତ ମୂଲ୍ୟ ବୃଦ୍ଧି ପାଇଁ ସରକାର ସମସ୍ତ ସହଯୋଗ ପାଇଁ ପଦକ୍ଷେପ ନେବାକୁ ପ୍ରସ୍ତୁତ ଅଛନ୍ତି। ଏକ ବୃହତ୍‌ ଘରୋଇ ବଜାର ଏବଂ ଗତିଶୀଳ ଅର୍ଥନୀତି ସହିତ ଭାରତର ଇସ୍ପାତ ବ୍ୟବହାର ବୃଦ୍ଧି ପାଇବ। ବର୍ତ୍ତମାନ ଆରମ୍ଭ ହୋଇଥିବା ଅଭିଯାନ ପରିପ୍ରେକ୍ଷୀରେ ଦେଶରେ ଇସ୍ପାତର ଠିକ୍‌ ବ୍ୟବହାରକୁ ବୃଦ୍ଧି କରିବା ଏବଂ ଅଧିକ ମଜଭୁତ୍‌ କରିବା ପାଇଁ ଇସ୍ପାତି ମନୋଭାବ ସହିତ କାମ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି ା ଭାରତୀୟ ଇସ୍ପାତ ଶିଳ୍ପର ବିକାଶ କରିବାକୁ କେନ୍ଦ୍ର ସରକାର ସହଯୋଗ କରିବା ପାଇଁ ପ୍ରତିବଦ୍ଧ ଅଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri